୧୫ ଜିଲ୍ଲାର ୭୩ଟି ‘ଆମ ହସ୍ପିଟାଲ'ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ୱାସ୍ଥ୍ୟସେବାରେ ନୂଆ ଇତିହାସ । 'ଆମ ହସ୍ପିଟାଲ' ଯୋଜନାରେ ରାଜ୍ୟର ୧୫ ଜିଲ୍ଲାର ୭୩ଟି ରୂପାନ୍ତରିତ । ଏହି ରୂପାନ୍ତରିତ ସରକାରୀ ଡାକ୍ତରଖାନାକୁ ଲୋକାର୍ପିତ କରିଛନ୍ତି ମୁଖ୍‌ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ରୂପାନ୍ତରିତ ହସ୍‌ପିଟାଲକୁ ଲୋକାର୍ପିତ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଆଇଭିଆର ପଦ୍ଧତିରେ ରୋଗୀଙ୍କର ମତାମତ ସଂଗ୍ରହ ବ୍ୟବସ୍ଥା ଏବଂ କର୍ମଚାରୀଙ୍କର ମୁହଁ ଚିହ୍ନଟ କରି ବାୟୋମେଟ୍ରିକ ଉପସ୍ଥାନ ବ୍ୱୟସ୍ଥାର ବି ଶୁଭାରମ୍ଭ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ରୂପାନ୍ତରଣର ନୂଆ ଯୁଗରେ ସରକାର ଆମ ହସ୍ପିଟାଲର ରୂପାନ୍ତରଣକୁ ଗୁରୁତ୍ୱ ଦେଉଛନ୍ତି । ଫାଇଭ-ଟି ଉପକ୍ରମରେ ହସ୍ପିଟାଲର ରୂପାନ୍ତରଣ କରାଯାଉଛି । ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି 'ଆମ ହସ୍ପିଟାଲ'ର ସବୁ ବ୍ୟବସ୍ଥା ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି କରାଯାଇଛି । ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ହେଉଛି ରୋଗୀଙ୍କୁ ଉନ୍ନତ ଚିକିତ୍ସା ସୁବିଧା ଯୋଗାଇ ଦେବା । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ 'ଆମ ହସ୍ପିଟାଲ' ଗୁଡିକ ରାଜ୍ୟରେ ଏକ ନୂଆ ଯୁଗ ଆରମ୍ଭ କରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Naveen pattnaik

ଏହି ପ୍ରକ୍ରିୟାରେ ୧୮୪୮ ହସ୍ଟିଟାଲକୁ ଆମ ହସ୍ପିଟାଲରେ ରୂପାନ୍ତରଣ କରାଯିବ । ବିଏସକେୱାଇ ସ୍ୱାସ୍ଥ୍ୟସେବାର ମଡେଲ ହୋଇଛି । ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ ଓ ବିଧାୟକମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ନିଜ ଅଞ୍ଚଳରେ ସ୍ୱାସ୍ଥ୍ୟସେବାର ନବକଳେବରକୁ ନେଇ ସବୁଠି ଶୁଭିଥିଲା ହୁଳହୁଳି ଓ କରତାଳି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+