Get Updates
Get notified of breaking news, exclusive insights, and must-see stories!

ଲୋକଙ୍କୁ ଫୋନ କରି ଅଭିଯୋଗର ସମାଧାନ ସଂପର୍କରେ ଜାଣିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଭୁବନେଶ୍ୱର: ଲୋକଙ୍କ ନିକଟକୁ ଯାଇ ସେମାନଙ୍କ ସମସ୍ୟା ସମ୍ପର୍କରେ ଅବଗତ ହେବା ସହ ଅଭିଯୋଗକୁ ନେଇ ଅବଗତ ହେଉଛନ୍ତି ରାଜ୍ୟ ସରକାର । ବିଭିନ୍ନ ଜିଲ୍ଲାରେ ଏ ନେଇ କରାଯାଉଛି ଜନ ଅଭିଯୋଗ ଶୁଣାଣି । ଏଥି ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ବିଭିନ୍ନ ଜିଲ୍ଲାରେ କରାଯାଉଥିବା ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି ।

Naveen patnaik

ଢେଙ୍କାନାଳରୁ ଭିଡିଓ କନ୍‌ଫରେସନ୍‌ସ ଜରିଆରେ ଯୋଡି ହୋଇ ଗତ ଦୁଇ ଦିନ ଧରି ସେ ଅନୁଗୁଳ ଜିଲ୍ଲା ଗସ୍ତ କରି ଲୋକଙ୍କ ଅଭିଯୋଗ ଓ ସମସ୍ୟା ସଂପର୍କରେ ତଥ୍ୟ ସଂଗ୍ରହ କରିଛନ୍ତି ବୋଲି ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି । ସେ କହିଥିଲେ ଯେ ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ବର୍ତ୍ତମାନ ସୁଦ୍ଧା ଲୋକଙ୍କ ଠାରୁ 18 ହଜାର ଯାଚିକା (petition) ଗ୍ରହଣ କରାଯାଇଛି ।

ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ଜେନା କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଗ୍ରହଣ କରାଯାଉଥିବା ଅଭିଯୋଗ ଓ ଯାଚିକା ସଂପର୍କରେ ପଦକ୍ଷେପ ନିଆଯାଉଛି । ବିଭିନ୍ନ ବିଭାଗ ଦ୍ୱାରା ସମୀକ୍ଷା ବୈଠକରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ପ୍ରାଥମିକତା ଦିଆଯାଉଛି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଜନ ଅଭିଯୋଗ ଶୁଣାଣୀ ମୋ ପାଇଁ ସବୁଠାରୁ ଅଧିକ ଗୁରୁତ୍ୱପୂର୍ଣ୍ଣ । ମୁଁ ଚାହେଁ ଯେ ସବୁ ବିଭାଗ ଓ ଜିଲ୍ଲା ପ୍ରଶାସନ ଲୋକଙ୍କ ଅଭିଯୋଗ, ଅସୁବିଧାକୁ ସମ୍ବେଦନଶୀଳ ହୋଇ ଶୁଣିବା ସହିତ ଶୀଘ୍ର ସମାଧାନ କରିବା ଆବଶ୍ୟକ । ସେଥିପାଇଁ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିବା ପାଇଁ ମୁଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ବିଭିନ୍ନ ଜିଲ୍ଲାକୁ ଯିବା ପାଇଁ ନିର୍ଦ୍ଦେଶ ଦେଇଛି । ଆମର ଅଧିକାରୀମାନେ ବିଭିନ୍ନ ଜିଲ୍ଲା, ଏପରି କି ବ୍ଲକ୍‌ ସ୍ତରକୁ ଯାଇ ଅଭିଯୋଗ ଶୁଣାଣୀ କରୁଛନ୍ତି ଏବଂ ଏହିସବୁ କାର୍ଯ୍ୟକ୍ରମରୁ ବର୍ତ୍ତମାନ ସୁଦ୍ଧା 18 ହଜାରରୁ ଅଧିକ ଯାଚିକା ଗ୍ରହଣ କରାଯାଇଛି ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ମୁଁ ଆଶା କରୁଛି ସମସ୍ତ ବିଭାଗ ଗୁଡିକ ଲୋକଙ୍କ ଅଭିଯୋଗକୁ ପ୍ରାଥମିକତା ଭିତ୍ତିରେ ଶୁଣାଣୀ କରି ସମାଧାନ କରିବେ । ରାଜ୍ୟର ସମସ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନକୁ ଲୋକଙ୍କ ଅଭିଯୋଗ ଉପରେ ଗୁରୁତ୍ବ ଦେଇ ସମାଧାନ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।

ଜନ ଅଭିଯୋଗ ଶୁଣାଣି ପ୍ରକ୍ରିୟାକୁ 'ମୋ ସରକାର' ଅଧିନରେ ଗ୍ରହଣ କରାଯାଇ ଲୋକଙ୍କ ସମସ୍ୟାର ସମାଧାନ କିପରି କରାଯାଉଛି, ସେ ବିଷୟରେ ତଥ୍ୟ ସଂଗ୍ରହ କରାଯିବ । ଆସନ୍ତା ମାସ ଠାରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜନସାଧାରଣଙ୍କୁ ଫୋନ କରାଯାଇ ସେମାନଙ୍କ ସମସ୍ୟାର କିପରି ସମାଧାନ କରାଯାଉଛି, ସେ ସଂପର୍କରେ ମତାମତ ନିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+