ସବୁ ଗାଁ’କୁ ପାଇପ୍ ଜଳ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

୨୦୨୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସବୁ ଗ୍ରାମକୁ ପାଇପ୍ ଜଳ ଯୋଗାଣ ବ୍ୟବସ୍ଥା କର। ଏହାକୁ ଏକ ମିଶନ୍ ମୋଡ୍ରେ କାର୍ଯ୍ୟକାରୀ କର। ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଯେପରି ସମସ୍ତ ଗ୍ରାମଗୁଡ଼ିକୁ ପାନୀୟ ଜଳ ସୁବିଧା ଯୋଗାଇ ଦିଆଯିବ ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦିଆଯାଉ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଗ୍ରାମୀଣ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରି ଏହି ନିର୍ଦେଶ ଦେଇଛନ୍ତି।

cm

ଓଡ଼ିଶାରେ ପାଇପ ପାଣି ବ୍ୟବସ୍ଥା ସମ୍ପୂର୍ଣ୍ଣ କରିବା ପାଇଁ ରାଜ୍ୟ ସରକାର ୫୪ ହଜାର କୋଟି ଟଙ୍କାର ଯୋଜନା କରିଛନ୍ତି । ଜଳ ଜୀବନ ମିଶନ୍ ଯୋଜନାରେ ୩୨, ୧୨୮ କୋଟି ଟଙ୍କାର ପ୍ରାବଧାନ ରହିଥିବା ବେଳେ ଅବଶିଷ୍ଟ ୨୧, ୧୦୯ କୋଟି ଟଙ୍କା ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ଯୋଗାଇ ଦେଉଛନ୍ତି ।

ବର୍ତ୍ତମାନ ରାଜ୍ୟର ୪୬, ୫୩୧ ଟି ଗ୍ରାମ ମଧ୍ୟରୁ ୨୧, ୭୨୧ ଟି ଗ୍ରାମରେ ପାଇପ ଜଳ ଯୋଗାଣ ବ୍ୟବସ୍ଥା ଉପଲବ୍ଧ ଅଛି । ଏହା ସହିତ ସୌରଶକ୍ତି, ମେଗା ପାନୀୟ ଜଳ ପ୍ରକଳ୍ପ ଆଦି ବିଭିନ୍ନ ପ୍ରକଳ୍ପ ଗୁଡ଼ିକ ନିର୍ମାଣାଧୀନ ଅଛି । ସମସ୍ତ ପ୍ରକଳ୍ପ ଗୁଡ଼ିକୁ ଯଥାଶୀଘ୍ର ସମ୍ପୂର୍ଣ୍ଣ କରି ୨୦୨୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସମସ୍ତ ଗ୍ରାମକୁ ପାଇପ ଜଳ ଯୋଗାଣ ବ୍ୟବସ୍ଥା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ।

୨୦୧୭ରୁ ୧୨ ଜୁନ ୨୦୨୪ ମଧ୍ୟରେ ରାଜ୍ୟରେ ୩ଟି ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଜୁନ ୨୦୨୪ରୁ ବର୍ତ୍ତମାନ ସୁଦ୍ଧା ୨୩ଟି ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି । ସେହିଭଳି, ଜୁନ ୨୦୨୪ ପରେ ବର୍ତ୍ତମାନ ପର୍ଯ୍ୟନ୍ତ ଅର୍ଥାତ୍ ମାତ୍ର ୨୦ ମାସ ମଧ୍ୟରେ ରାଜ୍ୟରେ ୨, ୯୫୧ଟି ଏକକ ଗ୍ରାମ ପ୍ରକଳ୍ପ (Single Village Project), ୨, ୭୦୨ଟି ସୌର ଶକ୍ତି ପାନୀୟ ଜଳ ପ୍ରକଳ୍ପ, ଏବଂ ୨୬, ୧୩୭ଟି ନଳକୂପ ସ୍ଥାପିତ ହୋଇଛି ।

ବୈଠକରେ ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଉନ୍ନୟନ କମିଶନର ଡି.କେ. ସିଂ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କମିଶନର ତଥା ଶାସନ ସଚିବ ଗିରୀଶ ଏସ୍.ଏନ୍, ନିର୍ଦ୍ଦେଶକ ପାନୀୟ ଜଳ ଓ ପରିମଳ ବିନୀତ ଭରଦ୍ୱାଜ ପ୍ରମୁଖ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+