ଜୁଏଲ ଓରାମଙ୍କ ସ୍ତ୍ରୀଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସ୍ତ୍ରୀଙ୍କ ଦେହାନ୍ତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶେଷ ଦର୍ଶନ କରିଛନ୍ତି। ତାଙ୍କ ସହିତ ମନ୍ତ୍ରିମଣ୍ଡଳ ସଦସ୍ୟ ଓ ଅନ୍ୟ ବ୍ୟକ୍ତି ବିଶେଷ ମଧ୍ୟ ଶେଷ ଦର୍ଶନ କରିଛନ୍ତି।

ଏ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାରେ କୌଣସି ତ୍ରୁଟି ନ ଥିଲା। ହଠାତ୍ ଏଭଳି ଘଟିଗଲା। ଏହା ସମସ୍ତଙ୍କ ପାଇଁ ଦୁଖଃଦ ଘଟଣା, ଏହା ଜୁଏଲଙ୍କ ପରିବାର ସହ ଆମ ସମସ୍ତଙ୍କ ପାଇଁ ବହୁତ ବଡ଼ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସ୍ତ୍ରୀ ଝିଙ୍ଗିଆ ଓରାମଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲରେ ଶନିବାର ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇ ସେ ୯ ଦିନ ଧରି ମେଡିକାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ ରାଜନୈତିକ ବ୍ୟକ୍ତିବିଶେଷମାନେ ଶୋକ ପ୍ରକାଶ କରିବା ସହ ଜୁଏଲଙ୍କୁ ଭେଟି ସମବେଦନା ଜଣାଇଛନ୍ତି।












Click it and Unblock the Notifications