ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା (2024-25) ସମୁଦାୟ ଖର୍ଚ୍ଚ ପରିମାଣ ଅନ୍ୟୁନ 85 ପ୍ରତିଶତ କରିବାକୁ ପରାମର୍ଶ ଦେଇଛନ୍ତି । 2023-24 ଆର୍ଥିକ ବର୍ଷରେ ସମୁଦାୟ ଖର୍ଚ୍ଚ ପରିମାଣ ମୋଟ ବଜେଟର 81 ପ୍ରତିଶତ ଥିଲା ।

mohan majhi

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚଳିତ ବର୍ଷ ନିର୍ବାଚନ, ନୂଆ ସରକାରଙ୍କ ଦାୟିତ୍ୱ ଗ୍ରହଣ ଏବଂ ସଂପୂର୍ଣ୍ଣ ବଜେଟ ସେପ୍ଟେମ୍ୱର ମାସରେ ହୋଇଥିବାରୁ ଖର୍ଚ୍ଚ ହେବାରେ ସମସ୍ୟା ରହିଥିଲା । ସେ ଦୃଷ୍ଟିରୁ ବର୍ତ୍ତମାନ ସୁଦ୍ଧା ଅନେକ ବିଭାଗର ଖର୍ଚ୍ଚ ପରିମାଣ ସନ୍ତୋଷଜନକ ରହିଛି । ତେବେ ଆଉ ଯେଉଁ ଗୋଟିଏ ମାସ ସମୟ ରହିଲା, ତାକୁ ସଂପୂର୍ଣ୍ଣ ଉପଯୋଗ କରି ବଜେଟର ଅନ୍ୟୁନ 85 ପ୍ରତିଶତ ଖର୍ଚ୍ଚ କରିବାକୁ ସେ କହିଥିଲେ।

ମନ୍ତ୍ରୀ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବିଭାଗୀୟ ମନ୍ତ୍ରୀ ମାନେ ଯେଉଁସବୁ ଖର୍ଚ୍ଚ ପ୍ରସ୍ତାବ ଅଛି (Expenditure Proposal), ତାକୁ ତୁରନ୍ତ ଅନୁଧ୍ୟାନ କରି ଆବଶ୍ୟକ ଅନୁମୋଦନ କରିବା ଉଚିତ । ବିଭିନ୍ନ କଲ୍ୟାଣ ଯୋଜନାରେ ଯେଉଁସବୁ ଦେୟ ପ୍ରଦାନ ବାକି ରହିଛି, ସେଗୁଡିକୁ ମଧ୍ୟ ନିୟମାନୁଯାୟୀ ତୁରନ୍ତ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କାର୍ଯ୍ୟକ୍ରମ ବ୍ୟୟ (Programme Expenditure) ଓ ପୁଞ୍ଜି ବ୍ୟୟ (Capital Expenditure) ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଏହାଦ୍ୱାରା ରୋଜଗାର ସୃଷ୍ଟି ହୁଏ ଓ ଅଭିବୃଦ୍ଧିରେ ଉନ୍ନତି ଆସେ। ଓଡିଶା ନିଜ ଘରୋଇ ଉତ୍ପାଦ (GSDP)ର 6.1 ପ୍ରତିଶତ ପୁଞ୍ଜି ବ୍ୟୟ ବରାଦ କରିଛି । ସାରା ଦେଶରେ ଏହା ସବୁଠାରୁ ଅଧିକ। ଆମର ଲକ୍ଷ୍ୟ ହେଉଛି, କୃଷିଭିତ୍ତିକ ଅର୍ଥନୀତି ସହିତ ଅନ୍ୟାନ୍ୟ କ୍ଷେତ୍ରରେ ଅର୍ଥନୈତିକ କାର୍ଯ୍ୟକଳାପ ବୃଦ୍ଧି କରିବା। ଏଥିପାଇଁ ଭିତ୍ତିଭୂମିର ବ୍ୟାପକ ବିକାଶ ଆବଶ୍ୟକ।

ତେଣୁ ଏ କ୍ଷେତ୍ରରେ ମଧ୍ୟ ବ୍ୟାପକ ବିନିଯୋଗ ହେବା ଜରୁରୀ। ଲୋକଙ୍କ ସରକାର, ଲୋକଙ୍କ ବଜେଟ ପ୍ରସ୍ତୁତ କରିଛି । ଏସବୁ ଲୋକଙ୍କ ପାଇଁ ଯେପରି ଖର୍ଚ୍ଚ ହେବ, ସେଥିପାଇଁ ପ୍ରଶାସନ ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ।
ବୈଠକରୁ ଜଣାଯାଇଥିଲା ଯେ କୃଷି, ମତ୍ସ୍ୟ ଓ ପ୍ରାଣୀସଂପଦ, ସ୍ୱାସ୍ଥ୍ୟ, ଜଳସଂପଦ, ପୂର୍ତ୍ତ, ଭିନ୍ନକ୍ଷମ ଓ ସାମାଜିକ ନ୍ୟାୟ ବିଭାଗ, ଯୋଗାଣ ବିଭାଗ ଏବଂ ସମବାୟ ବିଭାଗ ଆଦି ବିଭାଗ ଗୁଡିକର ଖର୍ଚ୍ଚ ଅପେକ୍ଷାକୃତ ଭଲ ରହିଛି । ଅନ୍ୟ ବିଭାଗ ଗୁଡିକ ମଧ୍ୟ ଖର୍ଚ୍ଚ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ତଥା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ଏବଂ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ପରିବହନ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ ପ୍ରାଣୀସଂପଦ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ସମୀକ୍ଷାରେ ଅଂଶଗ୍ରହଣ କରିଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ଶାସନ ସଚିବ ମାନେ ଉପସ୍ଥିତ ଥିଲେ । ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ବିଭିନ୍ନ ବିଭାଗର ଖର୍ଚ୍ଚ ସଂପର୍କରେ ଉପସ୍ଥାପନା ରଖିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+