କୋଭିଡ଼ ପରିଚାଳନା ପାଇଁ BMCକୁ ଆଉ 20 କୋଟି
ଭୁବନେଶ୍ୱରରେ କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆଉ 20 କୋଟି ଟଙ୍କା ମଞ୍ଜୁରୀ କରିଛନ୍ତି ।
ଭୁବନେଶ୍ୱର: ଭୁବନେଶ୍ୱରରେ କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆଉ 20 କୋଟି ଟଙ୍କା ମଞ୍ଜୁରୀ କରିଛନ୍ତି ।

ସୂଚନାଯୋଗ୍ୟ ଯେ ପୂର୍ବରୁ ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମକୁ 77କୋଟି ଟଙ୍କା ଦିଆଯାଇଛି । ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ କୋଭିଡ଼ ହସ୍ପିଟାଲ ରହିଛି ଏବଂ ଚିକିତ୍ସିତ ରୋଗୀଙ୍କ ସଂଖ୍ୟା ମଧ୍ୟ ଏଠାରେ ସର୍ବାଧିକ । ଚିକିତ୍ସା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ କୋଭିଡ଼ ରୋଗୀ ଭୁବନେଶ୍ୱରକୁ ଆସିଥାନ୍ତି । ତେଣୁ ଭୁବନେଶ୍ୱରର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଅର୍ଥ ମଞ୍ଜୁର କରାଯାଇଛି ।












Click it and Unblock the Notifications