ଜୁନ୍‌ ୩୦ରେ ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ସୋମବାର ଅର୍ଥାତ୍ ଜୁନ୍‌ ୩୦ ତାରିଖରେ ଜନ ଅଭିଯୋଗ ଶୁଣାଣି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନ ୧୦ଟା୩୦ରୁ ଭୁବନେଶ୍ୱର ଅଶୋକ ନଗରର ୟୁନିଟ୍-୨ ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ)ଠାରେ ସାଧାରଣ ଲୋକଙ୍କ ବିଭିନ୍ନ ଅଭିଯୋଗ ଶୁଣିବେ । ଏନେଇ ଶୁକ୍ରବାର ଦିନ ୧୨ଟାରୁ ପଞ୍ଜୀକରଣ ଆରମ୍ଭ ହୋଇଛି ।

୨୭ ତାରିଖରୁ ଆରମ୍ଭ ହୋଇଥିବା ଏହି ଅନଲାଇନ୍ ପଞ୍ଜୀକରଣରେ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ । ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେସନ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ରେଜିଷ୍ଟ୍ରାସନ କରିପାରିବେ ।

Chief Minister to hear public grievances on June 30

ଲୋକମାନେ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+