Get Updates
Get notified of breaking news, exclusive insights, and must-see stories!

Chief Minister: ଆଜି ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଆଜି ମାର୍ଚ୍ଚ ୩ ତାରିଖ (ସୋମବାର) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫ସ୍ଥିତ ନିଜ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ।

ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବ୍ରୁଆରି ୨୮ତାରିଖ ପୂର୍ବାହ୍‌ଣ ୧୧ଟାରୁ ଆରମ୍ଭ ହୋଇଛି। ଏଥିଲାଗି ଲୋକଙ୍କ ଗହଳି ସକାଳୁ ପରିଲକ୍ଷିତ ହୋଇଛି। ଏହି ଶୁଣାଣିରେ ସାମିଲ ହେବା ପାଇଁ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ।

Chief Minister

ଆଗ୍ରହୀ ଜନସାଧାରଣଜନ ଶୁଣାଣି ପୋର୍ଟାଲ https://janasunani.odisha.gov.in ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେସନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+