ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ

ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଟି-୨୦ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) ତରଫରୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ମ୍ୟାଚକୁ ଉପଭୋଗ କରିବେ ବୋଲି ଜଣାପଡ଼ିଛି। ଏହାବ୍ୟତୀତ ଅନ୍ୟ କିଛି ମନ୍ତ୍ରୀ ମଧ୍ୟ ମ୍ୟାଚ ଦେଖିବାକୁ ଯାଇପାରନ୍ତି ବୋଲି ସୂଚନା ମିଳିଛି।

cm

ଅନ୍ୟପଟେ ଦୁଇ ଦଳ ଖେଳାଳି ରବିବାର ସୁଦ୍ଧା ଆସି ଭୁବନେଶ୍ଵରରେ ପହଞ୍ଚିଛନ୍ତି। ପୂର୍ବରୁ ମଧ୍ୟ କିଛି ଖେଳାଳି ଭୁବନେଶ୍ଵରରେ ପହଞ୍ଚିଥିଲେ। ସୋମବାରଠାରୁ ବାରବାଟୀ ପଡ଼ିଆରେ ନେଟ୍‌ ପ୍ରାକ୍ଟିସ ହେବ ବୋଲି ସୂଚନା ଦିଆଯାଇଛି। ନେଟ୍‌ ପ୍ରାକ୍ଟିସ ଦେଖିବା ଲାଗି ୨ଟି ଗ୍ୟାଲେରି ଖୋଲାରହି। ଦୁଇ ଦଳର ଖେଳାଳିମାନେ ସୋମବାରଠାରୁ ନେଟ୍‌ ପ୍ରାକ୍ଟିସ କରିବେ। ତେବେ ରବିବାର ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା କଟକ ଯାଇ ବାରବାଟୀ ପଡ଼ିଆରେ ଅଭ୍ୟାସ କରିବେ ବୋଲି ସୂଚନା ମିଳିଛି।

ସୋମବାର ପୂର୍ବାହ୍ନ ସାଢ଼େ ୧୧ଟାରେ ଭାରତୀୟ ଦଳ ପଡ଼ିଆରେ ଅଭ୍ୟାସ କରିବେ। ଏହା ପରେ ସନ୍ଧ୍ୟାରେ ଫ୍ଲଡ ଲାଇଟରେ ଦକ୍ଷିଣ ଆଫ୍ରିକା ଦଳ ଅଭ୍ୟାସ କରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+