Get Updates
Get notified of breaking news, exclusive insights, and must-see stories!

ଉତ୍କଳ ଦିବସ ଅବସରରେ ଗୋପବନ୍ଧୁ ଓ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ କଲେ ମୁଖ୍ୟମନ୍ତ୍ରୀ

ପବିତ୍ର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଗସ୍ତ କରି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତୀ ଅନାବରଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଭୁବନେଶ୍ବର: ପବିତ୍ର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଗସ୍ତ କରି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତୀ ଅନାବରଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

Naveen Patnaik

ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଣ୍ଟନମେଣ୍ଟ ରୋଡର ଗୋପବନ୍ଧୁ ଛକରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କର ଏକ ପ୍ରତିମୂର୍ତ୍ତୀ ଅନାବରଣ କରିଥିଲେ। ଏହାକୁ ମାନବତାର ପ୍ରତିମୂର୍ତ୍ତୀ ବା Statue of Humanity ନାମରେ ନାମିତ କରାଯାଇଛି । ଓଡିଶାରେ ମାନବତାର କଥା ଆସିଲେ, ପ୍ରଥମେ ଗୋପବନ୍ଧୁ ହିଁ ମନେ ପଡନ୍ତି । ଦୀନ, ଦରିଦ୍ର ଓ ଦୁଃଖି ଲୋକଙ୍କୁ ସହାୟତା କରିବାର ମହତ କାର୍ଯ୍ୟରେ ଗୋପବନ୍ଧୁ ହିଁ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରହିଆସିଛନ୍ତି। ତେଣୁ ସେ ଥିଲେ ମାନବତାର ମହାନ ଉଦ୍‌ଗାତା । ଗୋପବନ୍ଧୁଙ୍କ ମୂର୍ତ୍ତୀ ମାନବତାର ପ୍ରତୀକ ଭାବରେ ଯୁଗ ଯୁଗ ଧରି ଜନମାନସକୁ ଦରିଦ୍ର ନାରାୟଣ ସେବା ପାଇଁ ପ୍ରେରିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଆଶା ପ୍ରକାଶ କରିଥିଲେ ।

ସେପଟେ ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ଏକଶତ ବର୍ଷ ପାଳନ ଉତ୍ସବ ଗତ ମାର୍ଚ୍ଚ ୨୩ ତାରିଖରୁ ସାରା ରାଜ୍ୟରେ ଆରମ୍ଭ କରାଯାଇଛି । ମହାତ୍ମା ଗାନ୍ଧୀ ତାଙ୍କର ଓଡିଶା ଗସ୍ତର ପ୍ରଥମ ଚରଣରେ କଟକ କାଠଯୋଡି ନଦୀ ବାଲିରେ ଆୟୋଜିତ ଏକ ବିରାଟ ଜନସମାବେଶରେ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ । ମହାତ୍ମାଙ୍କ ଓଡିଶା ଆଗମନର ସ୍ମାରକୀ ଭାବରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଠଯୋଡିର ବେଲ ଭ୍ୟୁ ଛକରେ ନିର୍ମିତ ଗାନ୍ଧୀ ଭିତ୍ତି ସ୍ଥାପତ୍ୟ କଳା (High Relief Mural Sculpture)ର ଲୋକାର୍ପଣ ମଧ୍ୟ କରିଛନ୍ତି । ଏଥିରେ ଗାନ୍ଧୀଙ୍କ ବିଭିନ୍ନ ଆନ୍ଦୋଳନର ଦୃଶ୍ୟ ସମେତ ତାଙ୍କ ଆଦର୍ଶ ଓ ନୀତି ସୁନ୍ଦର ଭାବରେ ପ୍ରସ୍ଫୁଟିତ ହୋଇଛି ।

ସତ୍ୟ ଓ ଅହିଂସା ହେଉଛି ସାରା ବିଶ୍ବକୁ ଭାରତର ଶ୍ରେଷ୍ଠ ଅବଦାନ। ଅହିଂସାର ପୂଜାରୀ ଭାବରେ ମହାତ୍ମା ଗାନ୍ଧୀ ସାରା ବିଶ୍ବକୁ ନୂତନ ଦିଗ୍‌ଦର୍ଶନ ଦେଇଯାଇଛନ୍ତି ଏବଂ ଆଜିର ଦୁନିଆରେ ତାର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି ।

ମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ଆଠ ଥର ଓଡିଶା ଆସିଥିଲେ ଏବଂ ଓଡିଶାର ବିଭିନ୍ନ ଅଞ୍ଚଳକୁ ଯାଇ ରାଜ୍ୟର ସମସ୍ୟା ସଂପର୍କରେ ଭଲ ଭାବରେ ଅବଗତ ହୋଇଥିଲେ । ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନକୁ ମଧ୍ୟ ସେ ଦୃଢ ସମର୍ଥନ ଦେଇଥିଲେ। ଆଜି ଓଡିଶା ଦିବସ ଅବସରରେ ବିଂଶ ଶତାଦ୍ଦୀର ଦୁଇ ମହାପୁରୁଷ ଗାନ୍ଧୀ ଓ ଗୋପବନ୍ଧୁଙ୍କର ଆଦର୍ଶ ଓ ଚିନ୍ତାଧାରା ଯୁବ ସମାଜକୁ ଦେଶ ଓ ଜାତି ପାଇଁ ଅଧିକ ସମର୍ପିତ ଭାବରେ କାର୍ଯ୍ୟ କରିବାକୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+