ଦୁର୍ନୀତି ନିବାରଣ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କ୍ଷୋଭ, କହିଲେ ଦୁର୍ନୀତି କରୁଥିଲେ ଭିଜିଲାନ୍ସ ......
ଦୁର୍ନୀତି ନିବାରଣ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କ୍ଷୋଭ ପ୍ରକାଶ କରିଛନ୍ତି। ଦୁର୍ନୀତିରେ ଯୁବ ଅଧିକାରୀଙ୍କ ସଂପୃକ୍ତି ନେଇ ସେ କହିଛନ୍ତି, ସରକାରୀ ଅଧିକାରୀ ହୋଇ ଲୋକଙ୍କ ସେବା କରିବେ ସ୍ବପ୍ନ ଦେଖିଥିଲେ, ସ୍ବଚ୍ଛ ସେବା ଦେବେ ବୋଲି କହୁଥିଲେ, କିନ୍ତୁ ତାହା କମ ପ୍ରତିଫଳିତ ହେଉଛି। IAS, OAS ପରୀକ୍ଷାରେ ରାଙ୍କ ରଖି ଖବରକାଗଜରେ ପ୍ରଶଂସିତ ହେଉଥିଲେ। ଦୁର୍ନୀତି କରି ଜେଲ ଯିବାର ଖବର ସେହି ଖବରକାଗଜରେ ଆସୁଛି। କେବଳ କିଛି ଟଙ୍କା ପାଇଁ ନିଜ ଆଦର୍ଶ ଆଉ ବିଚାରଧାରାକୁ ବିକି ଦେଉଛନ୍ତି।ଏହାଦେଖି ରାଜ୍ୟବାସୀ ଚିନ୍ତିତ ହୋଇ ପଡୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହ ସେ କହିଛନ୍ତି, ଏଭଳି ଅଧିକାରୀଙ୍କୁ ସାବଧାନ କରିଦିଅନ୍ତୁ, ଭିଜିଲାନ୍ସ କ୍ଷମା ଦେବନି, କି ଛାଡ଼ିବନି।













Click it and Unblock the Notifications