କଟକ ଘଟଣାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍
କଟକ ଘଟଣାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ । ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ନିବେଦନ କଲେ।
ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର। କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି ।
ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି । ଏହିଭଳି ବିଶୃଙ୍ଖଳାକାରୀଙ୍କ ଉପରେ ସରକାରଙ୍କ ନଜର ରହିଛି। ସେମାନଙ୍କ ଉପରେ ଆଇନ୍ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ହେବ । ସହରର ଗୌରବକୁ ଅକ୍ଷୁଣ୍ଣ ରଖିବା ପାଇଁ ଆଗେଇ ଆସନ୍ତୁ ।

ଭସାଣ ବିବାଦକୁ ନେଇ ଉତ୍ତେଜନା ଲାଗି ରହିଥିବାରୁ ଅପରାହ୍ଣରେ ଆକ୍ସନମୋଡକୁ ଆସିଥିଲା କମିସନରେଟ ପୁଲିସ । ଶାନ୍ତି ଶୃଙ୍ଖଳା ବଜାୟ ରଖିବା ଉଦ୍ଦେଶ୍ୟରେ ପୁଲିସ ଫ୍ଲାଗମାର୍ଚ୍ଚ କରିଛି । ଦରଘା ବଜାରରୁ ଫ୍ଲାଗମାର୍ଚ୍ଚ ବାହାରି ଝୋଲା ସାହୁ, ନନ୍ଦି ସାହି ଦେଇ ଚୌଧୁରୀ ବଜାର ଯାଇଥିଲା । ଆସନ୍ତାକାଲି ବିଶ୍ୱ ହିନ୍ଦୁ ପରିଷଦ କଟକ ବନ୍ଦ ଡାକରା ଦେଇଥିବାରୁ ସତର୍କ ରହିଛି ପୁଲିସ ପ୍ରଶାସନ । ଦୁର୍ଗାପୂଜା ଭସାଣକୁ ନେଇ କଟକରେ ଦୁଇଟି ପୃଥକ ପୃଥକ ସ୍ଥାନରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା । ଏଥିରେ ୬ ଜଣ ଆହତ ହୋଇଥିବା ବେଳେ ପୁଲିସ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏହି ଘଟଣାରେ ମୋଟ ୩ଟି ମାମଲା ରୁଜୁ ହୋଇଛି।












Click it and Unblock the Notifications