ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ୧୫ ମାସରେ ଦିଆଯାଇଛି ୧ ଲକ୍ଷ ୭ ହଜାର ୯୨୬ ନିଯୁକ୍ତି

ଭୁବନେଶ୍ୱର ୟୁନିଟ-୩ ସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ ସୋମବାର ଅନୁଷ୍ଠିତ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ସୂଚନା ଦେଇଛନ୍ତି। ୧୫ ମାସରେ ୧ ଲକ୍ଷ ୭ ହଜାର ୯୨୬ଜଣଙ୍କୁ ନିଯୁକ୍ତି ଦିଆଯାଇଥିବା ମୁଖମନ୍ତ୍ରୀ କହିଛନ୍ତି। ସରକାରୀ ପଦବୀରେ ୩୦ ହଜାର ଯୋଗ୍ୟ ବ୍ୟକ୍ତିଙ୍କୁ ନିଯୁକ୍ତି ଦିଅଯାଇଥିବା ବେଳେ ଘରୋଇ କ୍ଷେତ୍ରରେ ୭୭ ହଜାର ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ର କହିଥିଲେ, ଓଡ଼ିଶାର ଶିଳ୍ପ ଇତିହାସରେ ଆଉ ଏକ ସ୍ବର୍ଣ୍ଣିମ ଅଧ୍ୟାୟ ଯୋଡ଼ି ହୋଇଛି। ରାଜ୍ୟରେ ୩ ଜିଲାକୁ ଛାଡ଼ି ୨୭ ଜିଲାରେ ଶିଳ୍ପ ହୋଇଛି। ସରକାର ସୋମବାର ୧୬ଟି ସେକ୍ଟରରେ ବିଭିନ୍ନ ଶିଳ୍ପର ଶିଳାନ୍ୟାସ କରିଛନ୍ତି।

mohan majhi

ସରକାର ଟାର୍ଗେଟ ପୂରଣରେ ନିକଟତର ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ସରକାରଙ୍କ ପକ୍ଷରୁ ଯେଉଁ ପ୍ରତିଶ୍ରୁତି ଦିଆଯାଇଛି ତାହା ପୂରଣ କରିବାକୁ ଲାଗିଛୁ। ମାତ୍ର ୧୬୫ ଦିନରେ ୮୪ ପ୍ରକଳ୍ପର ଗ୍ରାଉଣ୍ଡିଙ୍ଗ କରି ସାରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏପରିକି ସରକାର ୧ ଲକ୍ଷ ୬୪ ହଜାର ନିଯୁକ୍ତି ସୁନିଶ୍ଚିତ କରିଥିବା ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ସେପଟେ ୨୭ଟି ନୂଆ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ। ଯାହା ୫୧ହଜାର ୮୨୬ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଏଥିରେ ୨୫ ହଜାର ୩୮୦କୋଟି ଟଙ୍କାର ପୁଞ୍ଜିନିବେଶ ରହିଛି। ଓଡ଼ିଶାକୁ ପୂର୍ବ ଭାରତର ମାନୁଫାକ୍‌ଚରିଂ ହବ୍ କରିବା ପାଇଁ ଆମେ ବିଭିନ୍ନ ହାଇ ଭାଲ୍ୟୁ ପ୍ରଡକ୍ଟ ଉତ୍ପାଦନ ଦିଗରେ ନିବେଶକ ମାନଙ୍କୁ ଆକୃଷ୍ଟ କରୁଛୁ। ମାନୁଫାକ୍‌ଚରିଂ ଭାଲ୍ୟୁ ଚେନ୍‌ରେ ଆହୁରି ଉପରକୁ ଉଠି ସାରା ବିଶ୍ୱର ବଜାରରେ କମ୍ପିଟ୍‌ କରି ପାରୁଥିବା ଭଳି ପ୍ରଡକ୍ଟ ନିର୍ମାଣ କରୁଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+