ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ପାଚକ, ପାଚିକାମାନଙ୍କ ମାସିକ ପାରିଶ୍ରମିକ ୩୦୦୦ ଟଙ୍କାକୁ ବୃଦ୍ଧି
ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକା ମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ପାଚକ, ପାଚିକା ମାନଙ୍କ କାମ, ଦକ୍ଷତା ଓ ପରିଶ୍ରମକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସେମାନଙ୍କ ମାସିକ ପାରିଶ୍ରମିକ ୨୦୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ୱାରା ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) ରାଜ୍ୟରେ ନିୟୋଜିତ ହୋଇଥିବା ୧,୧୨,୦୯୦ ଜଣ ପାଚକ, ପାଚିକା (Cook-cum-Helpers) ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୧୨ କୋଟି ୯ ଲକ୍ଷ ଟଙ୍କା ବ୍ୟୟ କରିବେ।
ଏହି ପାଚକ, ପାଚିକା ମାନେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ୫୦,୬୧୮ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୪୨.୪୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ରନ୍ଧା ଖାଦ୍ୟ ପରିବେଷଣ କରୁଛନ୍ତି।












Click it and Unblock the Notifications