ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ପାରାଦୀପରେ ପ୍ରତିଷ୍ଠା ହେବ ନୂଆ ବିମାନ ବନ୍ଦର, ୧୫ ଜିଲ୍ଲାରେ ନିର୍ମାଣ ହେବ ହେଲିପୋର୍ଟ

ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଲୋକସେବା ଭବନରେ ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା ସମ୍ପର୍କରେ ଆଲୋଚନା କରିଛନ୍ତି। ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା ସମେତ ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର (SJIA) ବିକାଶ ଏବଂ ରାଉରକେଲା ବିମାନ ବନ୍ଦରର ଉନ୍ନୀତକରଣ ଉପରେ ଆଲୋଚନା ହୋଇଥିବା ବେଳେ ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ, ଜୟପୁର, ଦାଣ୍ଡବୋଷ, ରଙ୍ଗେଇଲୁଣ୍ଡା, ଗୋତମା, ସତୀଭତା, ରାଇସୁଆଁ, ତୁଷରା, ଜମାଦାରପାଲୀ, ମାଲକାନଗିରି, ଅମର୍ଦ୍ଦା ରୋଡ ଏବଂ ଉତ୍କେଲା ସମେତ ରାଜ୍ୟର ପ୍ରମୁଖ ବିମାନବନ୍ଦରଗୁଡ଼ିକର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା।

mohan charan majhi

ଏଥିସହିତ ରାଜ୍ୟର ୧୫ଟି ଜିଲାରେ ହେଲିପୋର୍ଟ ନିର୍ମାଣ ଏବଂ ଢେଙ୍କାନାଳର ବିରାଶୋଳ ସ୍ଥିତ ଏୟାରଷ୍ଟ୍ରିପରେ ବିଜୁ ପଟ୍ଟନାୟକ ବିମାନ ଚଳାଚଳ କେନ୍ଦ୍ର (BPAC)ର ବିକାଶ ସମ୍ବନ୍ଧରେ ବୈଠକରେ ଆଲୋଚନା ହୋଇଥିଲା। ନୋଡାଲ ଏଜେନ୍ସି ଭାବେ ବିକାଶ କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ବିତ କରିବା ପାଇଁ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ଦିଆଯାଇଥିଲା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିମାନବନ୍ଦର, ହେଲିପ୍ୟାଡ ଏବଂ ଡ୍ରୋନ ହବ ସମେତ ରାଜ୍ୟରେ ବିଶ୍ୱସ୍ତରୀୟ ବିମାନ ଚଳାଚଳ ଭିତ୍ତିଭୂମି ପ୍ରତିଷ୍ଠା ସମ୍ବନ୍ଧରେ ଆଲୋଚନା କରିଥିଲେ। ଏଥିସହିତ ରାଜ୍ୟରେ ବର୍ତ୍ତମାନ ଚାଲୁଥିବା ବିମାନବନ୍ଦରଗୁଡିକର କାର୍ଯ୍ୟ ଦକ୍ଷତାକୁ ଆହୁରି ବିକାଶ କରିବା ଏବଂ ଏହାର ଆଧୁନିକୀକରଣ କରିବା ବିଷୟରେ ସେ ଗୁରୁତ୍ୱାରୋପ କରିଥିଲେ।

ରାଷ୍ଟ୍ରାୟତ୍ତ ବିମାନବନ୍ଦରଗୁଡ଼ିକର ଉନ୍ନତିକରଣ, ବିମାନ ସଂଯୋଗ ବୃଦ୍ଧି, ବିମାନ ଚଳାଚଳ ୟୁନିଟର ଦକ୍ଷତା ବୃଦ୍ଧି ସହିତ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ରାଜ୍ୟର ବୃଦ୍ଧି ପାଉଥିବା ବିମାନ ଚଳାଚଳ କ୍ଷେତ୍ରକୁ ସୁଦୃଢ କରିବା ପାଇଁ ଆଧୁନିକ ଭିତ୍ତିଭୂମି ଏବଂ ଉନ୍ନତ ମାନବ ସମ୍ବଳର ପ୍ରସ୍ତାବ ସହିତ ବିମାନ ଚଳାଚଳ ନିର୍ଦ୍ଦେଶାଳୟର ପୁନର୍ଗଠନ ବିଷୟରେ ବୈଠକରେ ଆଲୋଚନା ହୋଇଥିଲା।

ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୁତି ଭୂଷଣ ଜେନାଙ୍କ ସମେତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ, ଇପିକଲ୍‌ ଏମ୍‌.ଡି ଭୂପିନ୍ଦର ସିଂ ପୁନିଆ, ଡାଇରେକ୍ଟର, ସିଭିଲ ଆଭିଏସନ ଦେବଦତ୍ତା ସୁରଞ୍ଜିତା ଜେନା ପ୍ରମୁଖ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+