ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ କାର୍ଯ୍ୟକାରୀ ହେବ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ
ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ କାର୍ଯ୍ୟକାରୀ ହେବ ଶକ୍ତିଶ୍ରୀ କାର୍ଯ୍ୟକ୍ରମ। ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ହାତକୁ ନିଆଯିବ। ମହିଳାଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ କାର୍ଯ୍ୟ କରିବ। ଏଥିପାଇଁ ଏକ ୬ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରାଯିବ। ଶକ୍ତିଶ୍ରୀ ମୋବାଇଲ ଆପ୍ ମଧ୍ୟ କାର୍ଯ୍ୟ କରିବ। ଯଦି ଛାତ୍ରୀ ଅସୁବିଧାରେ ପଡ଼ନ୍ତି ନାମ ଗୋପନ ରଖି ପଞ୍ଜୀକୃତ କରିପାରିବେ।












Click it and Unblock the Notifications