ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ମମତା ଯୋଜନାର ସହାୟତା ରାଶି ଦୁଇଗୁଣ କଲେ ରାଜ୍ୟ ସରକାର, ଏବେ ମିଳିବ ୧୦ ହଜାର

ଭୁବନେଶ୍ବର: ମମତା ଯୋଜନାରେ ସହାୟତା ରାଶି ହେଲା ଦୁଇଗୁଣ କଲେ ରାଜ୍ୟ ସରକାର । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମମତା ଯୋଜନାରେ ଗର୍ଭବତୀ ମହିଳାଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା । ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ନୂଆ ନିଷ୍ପତ୍ତି ଅନୁଯାୟୀ ଗର୍ଭବତୀ ମହିଳାଙ୍କୁ ୧୦ ହଜାର ଟଙ୍କା ସହାୟତା ମିଳିବ । ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ । ଚଳିତ ଫେବୃଆରୀ ମାସ ୨୦ରୁ ୨୫ ତାରିଖ ମଧ୍ୟରେ ବକେୟା ରାଶି ହିତାଧିକାରୀଙ୍କୁ ମିଳିବ । ମାତୃ ଓ ଶିଶୁ ମୃତ୍ୟୁହାର ହ୍ରାସ କରିବା ଓ ପୁଷ୍ଟି ହୀନତା ହ୍ରାସ କରିବା ପାଇଁ ମୁଖ୍ୟମନ୍ତ୍ରୀ ୨୦୧୧ ମସିହାରେ ଲୋକପ୍ରିୟ ମମତା ଯୋଜନାର ଶୁଭାରମ୍ଭ କରିଥିଲେ । ମମତା ଯୋଜନା ବେଶ ଲୋକପ୍ରିୟ ଯୋଜନା ଓ ଏହାକୁ ଜାତୀୟ ସ୍ତରରେ ଏକ ମଡେଲ ଭାବରେ ଗ୍ରହଣ କରାଯାଇଛି ।

naveen patnaik

ନୂଆ ମମତା ଯୋଜନାରେ ୨ଟି କିସ୍ତିରେ ହିତାଧିକାରୀଙ୍କ ଜମା ଖାତାକୁ ସହାୟତା ରାଶି ସିଧାସଳଖ ଦିଆଯିବ । ପ୍ରଥମ କିସ୍ତିରେ (ଗର୍ଭାବସ୍ଥାର ୬ ମାସ ପରେ) ୬୦୦୦ ଟଙ୍କା ଏବଂ ଦ୍ୱିତୀୟ କିସ୍ତିରେ ଶିଶୁକୁ ଦଶମାସ ହେବା ପରେ ୪୦୦୦ ଟଙ୍କା ପ୍ରଦାନ କରାଯିବାର ବ୍ୟବସ୍ଥା ରଖାଯାଇଛି ।

୧୯ ବର୍ଷରୁ ଊର୍ଦ୍ଧ୍ୱ ସବୁ ଗର୍ଭବତୀ ମହିଳା ୨ଟି ଜୀବିତ ସନ୍ତାନ ନିମନ୍ତେ ଏହି ସହାୟତା ପାଇପାରିବେ । ୧୩ଟି ନିର୍ଦ୍ଦିଷ୍ଟ ଆଦିମ ଜନଜାତି ଗୋଷ୍ଠୀର ମାଆଙ୍କୁ ପ୍ରତ୍ୟେକ ଗର୍ଭ ନିମନ୍ତେ ମମତା ସହାୟତା ରାଶି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଛି ।

ସୂଚନାଯୋଗ୍ୟ, 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ମାଆମାନେ ଏହି ସହାୟତା ରାଶି ବୃଦ୍ଧି କରିବାକୁ ପ୍ରସ୍ତାବ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଏହା ଆସିବା ପରେ ମମତା ଯୋଜନାର ସହାୟତା ରାଶି ପରିମାଣକୁ ବୃଦ୍ଧି କରାଯାଇଛି ।

ଉଲ୍ଲେଖଯୋଗ୍ୟ ଏହି ଯୋଜନା ଆରମ୍ଭ ହେବାଠାରୁ ଏ ପର୍ଯ୍ୟନ୍ତ ୬୦ ଲକ୍ଷରୁ ଊର୍ଦ୍ଧ୍ୱ ଗର୍ଭବତୀ ଓ ପ୍ରସୂତି ଉପକୃତ ହେଉଛନ୍ତି । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର ୯୦୦ କୋଟି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଇଛି । ଏହି ଯୋଜନା ବିଷୟରେ ସୂଚନା ବା ଅଭିଯୋଗ ନିମନ୍ତେ ୧୮୧ ହେଲଫଲାଇନକୁ କଲ୍‌ କରନ୍ତୁ କିମ୍ବା ନିକଟସ୍ଥ ଅଙ୍ଗନବାଡି କେନ୍ଦ୍ରକୁ ଯୋଗାଯୋଗ କରିବା ପାଇଁ ଅନୁରୋଧ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+