ବିଧାନସଭା ନିର୍ବାଚନ ପାଇଁ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ
ଭୁବନେଶ୍ୱର : ଆସନ୍ତା ସାଧାରଣ ନିର୍ବାଚନ ଲାଗି ବାଜିସାରିଛି ବିଗୁଲ । ସବୁ ରାଜନୈତିକ ଦଳ ତାଙ୍କର ସବୁ ରଣନୀତି ପ୍ରସ୍ତୁତ କରିଛନ୍ତି । ଏହା ସହ ଆଗାମୀ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଆଦର୍ଶ ଆଚରଣବିଧି ଘୋଷଣା ହୋଇଛି ।

ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ ପ୍ରକିୟା ସମ୍ପୂର୍ଣ୍ଣ ହେଲା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ରବିବାର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।












Click it and Unblock the Notifications