ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: ୫୧ ଜଣଙ୍କୁ ମିଳିଲା ୫୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଗତକାଲି ଥିଲା ୧୩ତମ ପାଳି । ଭୁବନେଶ୍ୱର ୟୁନିଟ-୨ସ୍ଥିତ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହ ଏହାର ସମାଧାନ ଓ ପ୍ରତିକାର ପାଇଁ ଆବଶ୍ୟକୀୟ ପଦକ୍ଷେପ ନେଇଛନ୍ତି ।

ପ୍ରତି ଥର ଭଳି ମୁଖ୍ୟମନ୍ତ୍ରୀ ପ୍ରଥମେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ବାହାରେ ଅପେକ୍ଷା କରିଥିବା ଦିବ୍ୟାଙ୍ଗ ଅଭିଯୋଗକାରୀଙ୍କୁ ଭେଟିଥିଲେ ଏବଂ ସେମାନଙ୍କ ଅଭିଯୋଗପତ୍ର ଗ୍ରହଣ କରିଥିଲେ।

ଏହାପରେ ପ୍ରକୋଷ୍ଠ ଭିତରେ ପଞ୍ଜିକୃତ କରିଥିବା ଅଭିଯୋଗକାରୀଙ୍କ ଅଭିଯୋଗ ଶୁଣିଥିଲେ । ସମସ୍ତ ଅଭିଯୋଗର ପ୍ରତିବିଧାନ ପାଇଁ ଉପସ୍ଥିତ ସମ୍ପୃକ୍ତ ବିଭାଗର ସଚିବଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ୯ ଜଣ ମନ୍ତ୍ରୀ ଆଜି ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସଚିବସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସହାୟତା ପ୍ରଦାନ କରିଥିଲେ।

ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦିଆଯାଉଛି। ଏଥିନିମନ୍ତେ ବରିଷ୍ଠ ଡାକ୍ତରୀ ଟିମ୍ ମଧ୍ୟ ଅଭିଯୋଗ ପ୍ରକୋଷ୍ଠରେ ଉପସ୍ଥିତ ରହୁଛନ୍ତି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ବାବଦକୁ ୩ଜଣଙ୍କୁ ଚିକିତ୍ସା ସହାୟତା ରାଶି ଯୋଗାଇ ଦିଆଯାଇଛି। ଚଳିତ ବର୍ଷ ଆରମ୍ଭରୁ ଆଜି ସୁଦ୍ଧା ସିଙ୍ଗିଲ ୱିଣ୍ଡୋ ସିଷ୍ଟମରେ ୫୧ ଜଣଙ୍କୁ ୫୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି ବୋଲି ସୂଚନା ମିଳିଛି। ଏଥିସହ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଦ୍ୱାଦଶ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୧,୫୧୬ଟି ଅଭିଯୋଗ ମଧ୍ୟରୁ ୧୦,୫୦୨ଟି ଅଭିଯୋଗର ସମାଧାନ କରାଯାଇଛି। ଯାହା ଶତକଡ଼ା ୯୧ ପ୍ରତିଶତ ଅଟେ।

Chief Minister s grievance hearing

ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ୯ ଜଣ ମନ୍ତ୍ରୀ ସୁରେଶ ପୂଜାରୀ, ପୃଥ୍ୱୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୂତି ଭୂଷଣ ଜେନା, କୃଷ୍ଣଚନ୍ଦ୍ର ମହାପାତ୍ର, ରବି ନାରାୟଣ ନାଏକ, ସୂର୍ଯ୍ୟବଂଶୀ ସୂରଜ, ସମ୍ପଦ ଚନ୍ଦ୍ର ସ୍ୱାଇଁ ଓ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଏବଂ ଅନ୍ୟ ବିଭାଗର ସଚିବସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+