ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଆଜି ବନ୍ଦ: ଆଜିଠୁ ବିଧାନସଭାର ପ୍ରଥମ ଅଧିବେଶନ ପାଇଁ ରହିବ ବନ୍ଦ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତି ସୋମବାରରେ ଜନସାଧାରଣଙ୍କ ଅଭିଯୋଗ ଶୁଣୁଥିଲେ । ତେବେ ଆଜି ଏହି ଜନଶୁଣାଣି ବନ୍ଦ ରହିବ । ଏ ନେଇ ଗତକାଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଥିଲା । ଆଜିଠାରୁ ସପ୍ତଦଶ ବିଧାନସଭା ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ଏହି ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ ।

ନୂଆ ସରକାର ଗଠନ ହେବା ପରେ ଜୁଲାଇ ମାସ ପ୍ରଥମ ସୋମବାର ଅର୍ଥାତ୍ ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣି ତାର ସମାଧାନ କରୁଛନ୍ତି । ଭୁବନେଶ୍ୱରର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଏହି ଅଭିଯୋଗ ଶୁଣାଣି ଆୟୋଜିତ ହେଉଛି । ପ୍ରତ୍ୟେକ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେଉଥିବା ବେଳେ ଏଥିରେ ତାଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅନ୍ୟ କେତେ ଜଣ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହୁଛନ୍ତି ।

mohan majhi

ଆଜି ଠାରୁ ଆରମ୍ଭ ହେଉଥିବା ବିଧାନସଭାର ବଜେଟ୍ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନରେ ମୋଟ ୨୭ଟି କାର୍ଯ୍ୟ ଦିବସ ଥିବାବେଳେ ଜୁଲାଇ ୨୫ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରାଯିବ । ରାଜ୍ୟରେ ପ୍ରଥମ ବିଜେପି ସରକାରର ଏହା ପ୍ରଥମ ବଜେଟ୍ ଅଧିବେଶନ । ବିଜେପି ସରକାର ନିଜର ପ୍ରଥମ ବଜେଟରେ କେଉଁ ସବୁ ପ୍ରସଙ୍ଗକୁ ସ୍ଥାନିତ କରୁଛନ୍ତି, ତାହା ଉପରେ ସମସ୍ତଙ୍କ ନଜର ରହିଛି ।

ଆଜି ଆରମ୍ଭ ହେଉଛି ସପ୍ତଦଶ ବିଧାନସଭାର ବଜେଟ୍ ଅଧିବେଶନ । ତା' ପୂର୍ବରୁ ଗତକାଲି ସରିଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀଙ୍କ ସମେତ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+