ଭୁବନେଶ୍ୱରରେ ପହଞ୍ଚୁଛନ୍ତି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱରରେ ପହଞ୍ଚୁଛନ୍ତି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ । ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବାକୁ ବିଭିନ୍ନ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓଡିଶା ଆସୁଛନ୍ତି ।

ବର୍ତ୍ତମାନ ସୁଦ୍ଧା ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ସା, ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓଡିଶାରେ ଆସି ପହଞ୍ଚିସାରିଛନ୍ତି ।
ମିଳିଥିବା ସୂଚନା ମୁତାବକ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା, ହରିୟାଣା ମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବା ନେଇ ସୂଚନା ରହିଛି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ପ୍ରମୁଖ ମଧ୍ୟ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସାମିଲ ହେବେ । ଅପରାହ୍ନ ୪ଟା ୪୫ ମିନିଟ୍ ସମୟରେ ଜନତା ମୈଦାନରେ ଶପଥ ଗ୍ରହଣ ଉତ୍ସବ ହେବାକୁ ଥିବାବେଳେ, ମୋହନ ମାଝୀଙ୍କ ସହ ତାଙ୍କ ମନ୍ତ୍ରୀ ମଣ୍ଡଳ ପଦ ଓ ଗୋପନୀୟତାର ଶପଥ ପାଠ କରିବେ ।












Click it and Unblock the Notifications