ମୌସୁମୀ ବର୍ଷାକୁ ନଜର ରଖି ବନ୍ୟା ନିୟନ୍ତ୍ରଣ ପାଇଁ ଆଗୁଆ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଆଗକୁ ଆସୁଛି ବର୍ଷା ଋତୁ । ମୌସୁମୀ ମଧ୍ୟ ଓଡ଼ିଶାର ସମସ୍ତ ଜିଲ୍ଲା ଛୁଇଁ ସାରିଲାଣି । ରାଜ୍ୟରେ କେତେକ ସ୍ଥାନରେ ମଧ୍ୟରେ ତୁହାକୁ ତୁହା ବର୍ଷା ଆରମ୍ଭ ହୋଇଛି । ମୌସୁମୀ ପ୍ରଭାବରେ ରାଜ୍ୟରେ ଏଯାଏ ଠିକ୍ ଭାବରେ ବର୍ଷା ଆରମ୍ଭ ହୋଇ ନାହିଁ । କିନ୍ତୁ ମୌସୁମୀ ବର୍ଷାକୁ ନେଇ ସଜାଗ ହେଲେଣି ରାଜ୍ୟ ସରକାର।

ମୌସୁମୀ ବର୍ଷା ନଜରରେ ରଖି ବନ୍ୟା ନିୟନ୍ତ୍ରଣ ପାଇଁ ସଜାଗ ରହିବାକୁ ଜଳସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମୀକ୍ଷା ବୈଠକ ପରେ ଜଳସମ୍ପଦ ବିଭାଗ ପ୍ରମୁଖ ସଚିବ ତଥା ଉନ୍ନୟନ କମିଶନର ଆନୁଗର୍ଗଙ୍କ ସୂଚନା।
ନଦୀ ବନ୍ଧ ଗୁଡ଼ିକୁ ଅଧିକ ସୁଦୃଢ଼ୀକରଣ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ପୂର୍ବରୁ ଚିହ୍ନଟ ହୋଇଥିବା ଦୁର୍ବଳ ନଦୀ ବନ୍ଦ ଉପରେ ନଜର ରଖିବା ସହ ଗର୍ତ୍ତ ସୃଷ୍ଟି ହୋଇଥିବା ସ୍ଥାନକୁ ମରାମତି ପାଇଁ ପଦକ୍ଷେପ ନିଆଯିବ। ତହସିଲଦାର ଓ ଜଳସମ୍ପଦ ବିଭାଗର ଯନ୍ତ୍ରୀ ଏ ଦିଗରେ ମିଲିତ ଭାବେ କାମ କରୁଛନ୍ତି। ବନ୍ୟା ଆସିବା ପୂର୍ବରୁ ସବୁ ଡ୍ୟାମରେ ମକ ଡ୍ରିଲ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଏବେଠୁ ବନ୍ୟା ନିୟନ୍ତ୍ରଣ ସେଲ ୨୪ ଘଣ୍ଟା କାମ କରିବ। ଅଫିସର ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହା ବାଦ ବିଳମ୍ବିତ ପ୍ରକଳ୍ପ କାମ କୁ ତ୍ୱରାନ୍ୱିତ ପାଇଁ ବି ପରାମର୍ଶ ଦିଆଯାଇଛି। ବନ୍ୟା ନିୟନ୍ତ୍ରଣ ନୀତି ଆଣିବାକୁ ଯେଉଁ ସଂକଳ୍ପ ପତ୍ର ଜାରି କରାଯାଇଛି ସେ ଦିଗରେ ଏବେଠୁ କାମ ଆରମ୍ଭ ହେବ ବୋଲି ଉନ୍ନୟନ କମିଶନ ଅନୁ ଗର୍ଗ ସୂଚନା ଦେଇଛନ୍ତି।












Click it and Unblock the Notifications