୫ଟି ବୃହତ ଜଳସେଚନ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ; ୨,୧୫,୧୯୨ ହେକ୍ଟର ଜମିକୁ ଜଳସେଚନ

ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ୫ଟି ବୃହତ ଜଳସେଚନ ପ୍ରକଳ୍ପ । ପ୍ରକଳ୍ପ କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଲୋକସେବା ଭବନରେ ଜଳ ସମ୍ପଦ ବିଭାଗର ବିଭିନ୍ନ ଡ୍ୟାମ ଓ ବୃହତ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଉପରେ ସମୀକ୍ଷା କରିଛନ୍ତି । ୫ଟି ପ୍ରକଳ୍ପ ସାମୂହିକ ଭାବରେ ୨,୧୫,୧୯୨ ହେକ୍ଟର ଚାଷ ଜମିକୁ ଜଳସେଚନ କରିବ । ଦୀର୍ଘ ଦିନ ଧରି ପଡ଼ି ରହିଥିବା ଏହି ପ୍ରକଳ୍ପଗୁଡ଼ିକ ଶୀଘ୍ର କାର୍ଯ୍ୟକ୍ଷମ ହେବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଜଳସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।

Chief Minister

୨,୧୫,୧୯୨ ହେକ୍ଟର ଚାଷ ଜମିକୁ ଜଳସେଚନ:

ଇବ୍‌ ଜଳସେଚନ ପ୍ରକଳ୍ପ ଦ୍ୱାରା ପ୍ରାୟ ୧ ଲକ୍ଷ ୦୬ ହଜାର ୨ ଶହ ୭୯ ହେକ୍ଟର ଜମି ଜଳସେଚିତ ହୋଇପାରିବ । ସେହିପରି ଅଙ୍ଗ୍‌ ଜଳସେଚନ ପ୍ରକଳ୍ପ ଦ୍ୱାରା ପ୍ରାୟ ୩୦ ହଜାର ହେକ୍ଟର, ଭୀମକୁଣ୍ଡ ବ୍ୟାରେଜ ପ୍ରକଳ୍ପ ଦ୍ୱାରା ୩୧ ହଜାର ୮ ଶହ ୩୫ ହେକ୍ଟର, କେନ୍ଦୁଝରର ଝାରପଡା ଜଳସେଚନ ପ୍ରକଳ୍ପ ଦ୍ୱାରା ୧୭ ହଜାର ୫ ଶହ ହେକ୍ଟର ଓ କାନୁପୁର ଜଳସେଚନ ପ୍ରକଳ୍ପ ଦ୍ୱାରା ପ୍ରାୟ ୨୯ ହଜାର ୫ ଶହ ୭୮ ହେକ୍ଟର ଚାଷଜମିକୁ ଜଳସେଚନର ସୁବିଧା ଯୋଗାଇ ଦିଆ ଯାଇପାରିବ । ଏହି ୫ଟି ପ୍ରକଳ୍ପ ଦ୍ୱାରା ସମୁଦାୟ ୨ ଲକ୍ଷ ୧୫ ହଜାର ୧ ଶହ ୯୨ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିପାରିବ । ଏଥିପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ତୁରନ୍ତ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଲୋକସେବା ଭବନରେ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ମନୋଜ ସାହୁ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଅନୁପମ ସାହା, ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ ଓ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+