ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି : ୧୦୦୦ ଅନ୍ ଲାଇନ୍ ପଞ୍ଜୀକରଣ ବୁକିଂ ଶେଷ

ଆସନ୍ତା ସୋମବାର ଅଗଷ୍ଟ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବାକୁ ଥିବା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ ଅନଲାଇନ ସ୍ଲଟ ବୁକିଂ ଆଜି ଶେଷ ହୋଇଛି। ଆସନ୍ତା ସୋମବାର ଜନଶୁଣାଣି ପାଇଁ ଆଜି ନିର୍ଦ୍ଧାରିତ ପୂର୍ବାହ୍ନ ୧୧ ଟା ସମୟରୁ ଜଣାଶୁଣାଣି ପୋର୍ଟାଲ ଖୋଲାଯାଇଥିଲା ଏବଂ ଆଜି ଅପରାହ୍ଣ ସୁଦ୍ଧା ସମସ୍ତ ୧୦୦୦ ଟି ସ୍ଲଟ ବୁକିଂ ହୋଇସାରିଥିବା ଜଣାଯାଇଛି।

ସୂଚନା ଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ଅଗଷ୍ଟ ୧୧ ତାରିଖ ପୂର୍ବାହ୍ନ ୧୧ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ।

ଅନ୍ ଲାଇନ୍ ପଞ୍ଜୀକରଣ କରିଥିବା ଜନସାଧାରଣ ସେମାନଙ୍କର ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+