ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ ଟା ଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ। ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ।

mohan majhi
ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+