ମାର୍ଚ୍ଚ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଆଗାମୀ ମାର୍ଚ୍ଚ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମାର୍ଚ୍ଚ ୧୭ ତାରିଖ ଦିନ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ।

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।












Click it and Unblock the Notifications