ଆୟୁଷ୍ମାନ ଭାରତ' ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ, କହିଲେ ଓଡ଼ିଶା ପାଇଁ ଐତିହାସିକ ଦିନ
ଆଜି ଆୟୁଷ୍ମାନ ଭାରତ' ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିଛନ୍ତି ଓଡ଼ିଶା ବାସୀଙ୍କୁ । ଓଡ଼ିଶା ପାଇଁ ଐତିହାସିକ ଦିନ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାର ବିକାଶ ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ିହେଲା। ରାଜନୈତିକ ଉଦ୍ଦେଶ୍ୟ ରଖି ପୂର୍ବ ସରକାର ଏହାକୁ ଲାଗୁ କରି ନଥିଲେ । ନୂଆ ସରକାର ଆସିବା ପରେ ଆୟୁଷ୍ମାନ ଲାଗୁ କରାଗଲା ।ଓଡ଼ିଶା ବାହାରେ ରହୁଥିବା ହିତାଧିକାରୀ ବି ଉପକୃତ ହେବେ।

ଆଜିଠାରୁ ଓଡ଼ିଶାରେ ଲାଗୁ ହେଲା ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା । କଟକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ଏହାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା । ମଞ୍ଚରେ ଉପସ୍ଥିତ ରହିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ପ୍ରଭାତୀ ପରିଡା, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, କଟକ ସାଂସଦ ଭର୍ତ୍ତୃହରି ମହତାବ, କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା, ଜଗତସିଂପୁର ସାଂସଦ ବିଭୁ ତରାଇ ଏବଂ ସ୍ଥାନୀୟ ବିଧାୟକମାନେ ମଧ୍ୟ ଉପସ୍ଥିତ ଅଛନ୍ତି ।
କଟକ ବାଦ୍ ୧୨ଟି ଜିଲ୍ଲାରେ କାର୍ୟ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ବିଭିନ୍ନ ମନ୍ତ୍ରୀ । ଆୟୁଷ୍ମାନ ଭାରତରେ ପରିବାରର ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏଁ କାର୍ଡ ମିଳିବ । ଦେଶର ୨୯୦୦୦ ହସ୍ପିଟାଲରେ ରୋଗୀ ଚିକିତ୍ସା ସୁବିଧା ପାଇବେ ।












Click it and Unblock the Notifications