ସିଡିଓ ଓ ବିଡିଓମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ, କହିଲେ ସେକାଳ ପଖାଳ ଆଉ ନାହିଁ

କିଛି ବିଡିଓ ମୋ ସହ ଭଲ ସମ୍ପର୍କ ରଖିନାହାନ୍ତି । ଭିଡିଓ କନଫରେନ୍ସରେ ମୋ ଭାଷଣ ଆସିଲେ, ଟିଭି ବନ୍ଦ କରିଦେଉଛନ୍ତି । ଲୋକଙ୍କୁ ପଳାଇବାକୁ କହୁଛନ୍ତି । ଏହାପରେ ପରିସ୍ଥିତି କଣ ହେବ ଆପଣମାନେ ଜାଣିଛନ୍ତି । ମୁଖ୍ୟମନ୍ତ୍ରୀ ଭିସିରେ ଭାଷଣ ଦେଉଥିବା ସମୟରେ ଟିଭି ବନ୍ଦ କରିଦେବାକୁ ମୁଁ କ୍ଷମା ଦେବିନି । ମୁଁ ଆଦିବାସୀ, ତଳୁ ଆସିଛି, ମୋ ସରଳତା ମୋ ଦୁର୍ବଳତା ନୁହେଁ । ମୁଁ ହାର୍ଡ ନିଷ୍ପତ୍ତି ବି ନେଇପାରେ", ଗୁରୁବାର ଏଭଳି କିଛି କଥା କହିବା ସହିତ ବିଡିଓଙ୍କୁ ତାଗିଦ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

mohan charan majhi

ସେ କହିଛନ୍ତି ଯେ, ମୁଁ ସରପଞ୍ଚରୁ ମୁଖ୍ୟମନ୍ତ୍ରୀ ହୋଇଛି । ଆଦିବାସୀ ବର୍ଗରୁ ପ୍ରତିନିଧିତ୍ଵ କରୁଛି । କିନ୍ତୁ ମୁଁ ବହୁତ ବଡ଼ ନିଷ୍ପତ୍ତି ନେଇପାରେ । ମୋ ପାଖରେ ସବୁ ରିପୋର୍ଟ ରହିଛି । ସେ କାଳ ପଖାଳ ଆଉ ନାହିଁ । ନୂଆ ସରକାରଙ୍କ ଆଭିମୁଖ୍ୟକୁ ନେଇ କାମ କରିବାକୁ ପଡ଼ିବ । ଯିଏ କାମ ନ କରିବ କ୍ଷମା ନାହିଁ । କୌଣସି ରାଜନୈତିକ ଚାପରେ ବଶବର୍ତ୍ତୀ ନହୋଇ କାମ କରିବାକୁ ବିଡିଓଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଏହାସହ ବର୍ତ୍ତମାନ ଜିଏ ବିଭାଗର ଅତିରିକ୍ତ ସଚିବ ଥିବା ମନୋଜ କୁମାର ମହାନ୍ତି ବିଡିଓ ଥିବା ବେଳେ ଭଲ କାମ କରିଥିବା କହି ଉଦାହରଣ ଦେଇଛନ୍ତି । ଏହାସହ ପଞ୍ଚାୟତିରାଜ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମନରେଗାରେ ମେସିନରେ କାମ ବନ୍ଦ କର । ମେସିନ୍ ନ ଲଗାଇ ଶ୍ରମିକମାନଙ୍କୁ ନିଯୁକ୍ତି କରି କାମ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିପାଇଁ ଆଗାମୀ ଦିନରେ ଗାଇଡଲାଇନ୍ ଆସିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+