ବାଲେଶ୍ବର ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ପ୍ରତିକ୍ରିୟା, ରିପୋର୍ଟ ଆସିଲା ପରେ କଠୋର କାର୍ଯ୍ୟାନୁଷ୍ଠାନ
ବାଲେଶ୍ୱରଏଫଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କହିଛନ୍ତି, ବାଲେଶ୍ୱର ଘଟଣାକୁ ସରକାର ଗୁରୁତ୍ୱର ସହ ନିଆଯାଇଛି । ଏମ୍ସ ଯାଉଛି ଏବଂ ସ୍ଥିତି ଅନୁଧ୍ୟାନ କରିବି । କେଉଁ ପରିସ୍ଥିତିରେ ଏ ଘଟଣା ଘଟିଲା ତଦନ୍ତ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କମିଟି ଗଢ଼ା ଯାଇଛି । ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ହେବ । ଭବିଷ୍ୟତରେ ଏଭଳି ଘଟଣାର ପୁନରାବୃତ୍ତି ନ ହେବ ସେଥିପାଇଁ ସରକାର ଯତ୍ନବାନ ହେଉଛନ୍ତି । କଲେଜ ଏବଂ ବୈଷୟିକ ଶିକ୍ଷାନୁଷ୍ଠାନଗୁଡିକରେ ରାଗିଙ୍ଗ, ଯୌନ ନିର୍ଯାତନା ନ ଘଟିବ ସେ ନେଇ ଆଗୁଆ ପଦକ୍ଷେପ ନେବାକୁ ସରକାର ନିଷ୍ପତି ନେଉଛନ୍ତି ।













Click it and Unblock the Notifications