Get Updates
Get notified of breaking news, exclusive insights, and must-see stories!

ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବ; ୫ ଘଣ୍ଟା ପର୍ଯ୍ୟନ୍ତ ଜୟଦେବ ବିହାର ଛକରୁ ନାଲକୋ ଛକ ପର୍ଯ୍ୟନ୍ତ ଗଡିବନି ଗାଡି

ଆସନ୍ତାକାଲି ଓଡ଼ିଶାରେ ପ୍ରଥମ ଥର ପାଇଁ ଶପଥ ନେବେ ବିଜେପି ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ସାମିଲ ହେବାକୁ ଓଡ଼ିଶା ଆସୁଛନ୍ତି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ଜନତା ମୈଦାନରେ ହେବାକୁ ଥିବା ଶପଥଗ୍ରହଣ ଉତ୍ସବ ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ୫ ଘଣ୍ଟାର ଟ୍ରାଫିକ କଟକଣା ଜାରି କରିଛି କମିସନରେଟ ପୋଲିସ । ଅପରାହ୍ନ ୨ଟାରୁ ସନ୍ଧ୍ୟା ୭ଟା ଯାଏଁ ଜୟଦେବ ବିହାରରୁ ନାଲକୋ ଛକ ମଧ୍ୟରେ ଗାଡି ଚଳାଚଳ ଉପରେ ରୋକ ଲଗାଯାଇଛି ।

ସେହିଭଳି ଏହି ରୁଟକୁ ସଂଯୋଗ କରୁଥିବା ଗଳି ରାସ୍ତାକୁ ମଧ୍ୟ ସିଲ କରାଯିବ । ଏହି ରାସ୍ତାରେ ମଧ୍ୟ ଗାଡି ଚଳାଚଳ ହେବନି ବୋଲି ସ୍ପଷ୍ଟ କରିଛି ପୋଲିସ କମିସନର ।

Chief Minister

ବିମାନବନ୍ଦରରୁ ଜନତା ମୈଦାନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଶପଥଗ୍ରହଣ ଉତ୍ସବରେ ସାମିଲ ହେବାକୁ ବସରେ ଆସିଥିବା ଯାତ୍ରୀ ଓଏସଏପି ୭ମ ବିଏନ ପଡିଆ ଗେଟ୍ ସାମ୍ନାରେ ଓହ୍ଲାଇ ଚାଲି ଚାଲି ଜନତା ମୈଦାନକୁ ଯିବେ । ସେହିଭଳି ଏହି ବସ୍ ଗୁଡିକ ରେଲୱେ କଲୋନୀ ଗୋଲେଇ ଛକ ଠାରୁ ଉକ୍ରଳ ହସ୍ପିଟାଲ ଏବଂ ହାତିଆସୁଣୀ ଛକ ରାସ୍ତାରେ ପାର୍କିଂ କରିପାରିବେ । ସେହିଭଳି ଚାରି ଚକିଆ ଯାନ ଗୁଡିକ ସୈନିକ ସ୍କୁଲ କ୍ୟାମ୍ପସରେ ପାର୍କିଂ କରିବେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+