ସ୍ଥଗିତ ହେଲା ମୁଖ୍ୟମନ୍ତ୍ରୀ ବନ୍ୟାଞ୍ଚଳ ପରିଦର୍ଶନ କାର୍ଯ୍ୟକ୍ରମ, ଜାଣନ୍ତୁ କାହିଁକି?

ସାମୁଦ୍ରିକ ଝଡ଼ 'ଦାନା' ପ୍ରଭାବରେ ଉପକୂଳ ଓଡ଼ିଶାର ୩ଟି ଜିଲ୍ଲା ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ଝଡ଼ ଯୋଗୁଁ ଗଛ ଓ ବିଜୁଳି ଭିତ୍ତିଭୂମି ବ୍ୟାପକ ନଷ୍ଟ ହୋଇଛି।

ତେଣୁ ଏହାକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଜିଲ୍ଲାରେ ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଥିଲା। ମାତ୍ର ପାଗ ଖରାପ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି। ସେପଟେ ଏସଆରସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ବୈଠକରେ ଉପ ମୁଖ୍ୟମନ୍ତ୍ରୀ କେଭି.ସିଂଦେଓ, ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ , ମୁଖ୍ୟ ସଚିବ, ଡିସି, ଏସଆରସି, କୃଷି ସଚିବ ପ୍ରମୁଖ ଉପସ୍ଥିତ ରହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+