ବାଲେଶ୍ୱରରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ସମୀକ୍ଷା
ମଙ୍ଗଳବାର ସକାଳେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ସମେତ ପୂର୍ତ୍ତ ସଚିବ କ୍ରିଷ୍ଣନ କୁମାର ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଦିନିକିଆ ବାଲେଶ୍ବର ଗସ୍ତ କରିଛନ୍ତି।
ବାଲେଶ୍ୱର: ମଙ୍ଗଳବାର ସକାଳେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ସମେତ ପୂର୍ତ୍ତ ସଚିବ କ୍ରିଷ୍ଣନ କୁମାର ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଦିନିକିଆ ବାଲେଶ୍ବର ଗସ୍ତ କରିଛନ୍ତି। ସଚିବମାନେ ସକାଳ ୭ଟା ୪୦ମିନିଟ ସମୟରେ ହେଲିକପ୍ଟର ଯୋଗେ ଆସି ବାଲେଶ୍ବର ସହରର ପୋଲିସ ପରେଡ୍ ପଡ଼ିଆରେ ଓହ୍ଲାଇଥିଲେ।

୩ ସଚିବଙ୍କୁ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଏହାପରେ ମୁଖ୍ୟ ଶାସନ ସଚିବ ଏବଂ ୫ଟି ସଚିବ ପ୍ରଥମେ କୁରୁଡ଼ା ସ୍ଥିତ ଜ୍ୟୋତି ହସ୍ପିଟାଲକୁ ଯାଇଥିଲେ। ସେଠାରେ କୋଭିଡ ହସ୍ପିଟାଲ ପୁନଃକାର୍ଯ୍ୟକ୍ଷମ ନେଇ ସ୍ଥିତି ଅନୁଧ୍ୟାନ କରିଥିଲେ।
ଏହାପରେ ବାଲେଶ୍ବର ସହର ଏବଂ ଏହାର ଆଖପାଖ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବୁଲି ଦେଖିବା ସହ ୫ଟି ଅନ୍ତର୍ଭୁକ୍ତ କାର୍ଯ୍ୟକ୍ରମଗୁଡ଼ିକ କିଭଳି ଚାଲିଛି ସେସବୁର ସମୀକ୍ଷା କରିଥିଲେ ।












Click it and Unblock the Notifications