ରାଉରକେଲା ଗସ୍ତରେ ମୁଖ୍ୟ ଶାସନ ସଚିବ ଓ 5-ଟି ସଚିବ, ସର୍ବବୃହତ ହକି ଷ୍ଟାଡିୟମର କଲେ ସମୀକ୍ଷା
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଦ୍ଦେର୍ଶକ୍ରମେ ମୁଖ୍ୟ ଶାସନ ସୁରେଶ ଚନ୍ଦ୍ର ମହାପାତ୍ର, 5-T ସଚିବ ଭିକେ ପାଣ୍ଡିଆନ୍ ଆଜି ରାଉରକେଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ।
ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଦ୍ଦେର୍ଶକ୍ରମେ ମୁଖ୍ୟ ଶାସନ ସୁରେଶ ଚନ୍ଦ୍ର ମହାପାତ୍ର, 5-T ସଚିବ ଭିକେ ପାଣ୍ଡିଆନ୍ ଆଜି ରାଉରକେଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ।

ଏହି ଗସ୍ତ ଅବସରରେ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ, ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ, ଫୁଟବଲ୍ ଖେଳ ସହ ଆଥ୍ଲେଟିକ୍ସ ପାଇଁ ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ସହିତ ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମ୍ କାର୍ଯ୍ୟ ବୁଲି ଦେଖିଛନ୍ତି ମୁଖ୍ୟ ଶାସନ ସଚିବ ଓ 5T ସଚିବ । ଏହାସହ ରାଉରକେଲାର ବସ୍ତି ବାସିନ୍ଦାଙ୍କ ଥଇଥାନ ପାଇଁ ତିଆରି ହେଉଥିବା ବାସୋପଯୋଗୀ ପ୍ରକଳ୍ପସ୍ଥଳ ମଧ୍ୟ ଅନୁଧ୍ୟାନ କରିଛନ୍ତି ।
ରାଉରକେଲାରେ ନିର୍ମାଣାଧୀନ ଅନ୍ତର୍ଜାତୀୟ ହକି ଷ୍ଟାଡିୟମକୁ ୨୦୨୨ ଜୁଲାଇ ସୁଦ୍ଧା ପ୍ରସ୍ତୁତ କରିବାକୁ ଲକ୍ଷ୍ୟ ରହିଛି । ଏହାଛଡ଼ା ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମର ବି ନିର୍ମାଣ କାମ ମଧ୍ୟ ଶେଷ ପର୍ଯାୟରେ ପହଞ୍ଚିଛି । ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ଫୁଟବଲ ଖେଳ ସହ ଆଥଲେଟିକ୍ ପାଇଁ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ସେଠାରେ ୪୦୦ ମିଟର ବିଶିଷ୍ଟ ଆଥଲେଟିକ୍ ଟ୍ରାକ୍ ନିର୍ମାଣ କରାଯାଉଛି ।

ଏତଦ ବ୍ୟତୀତ ସ୍ମାର୍ଟ ସିଟି ଅଧୀନରେ ମଧ୍ୟ ଅନେକ ପ୍ରକଳ୍ପ ଚାଲିଛି । ତେଣୁ ବିଶ୍ବକପ୍ ହକିକୁ ଦୃଷ୍ଟିରେ ରଖି ରାଉରକେଲାରେ ଚାଲିଥିବା ବିଭିନ୍ନ ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି । ସେହିପରି ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ ପକ୍ଷରୁ ରାଉରକେଲା ଏୟାରପୋର୍ଟର ସଂପ୍ରସାରଣ କାର୍ଯ୍ୟ ଜାରି ରହିଛି । ସେଠାରେ ଟର୍ମିନାଲ ବିଲ୍ଡିଂ ମଧ୍ୟ ନିର୍ମାଣ କରାଯିବ । ଏହାକୁ ଆଗାମୀ ୨୦୨୨ ମେ' ମାସ ସୁଦ୍ଧା ଶେଷ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ।
ସେହିପରି ଛେଣ୍ଡଠାରେ ତିଆରି ହେଉଥିବା ସାଇନ୍ସ ପାର୍କ ଓ ପ୍ଲାନେଟାରିୟମ କାର୍ଯ୍ୟ ଆସନ୍ତା ବର୍ଷ ଜୁନ୍ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି । ଏହି ଗସ୍ତ ଅବସରରେ ମୁଖ୍ୟ ଶାସନ ସଚିବ ଓ 5Tସଚିବ ରାଉରକେଲାରେ କୋଭିଡ୍ ପରିସ୍ଥିତିର ସମୀକ୍ଷା କରିଥିଲେ । ଗଣମାଧ୍ୟମକୁ ମୁଖ୍ୟ ଶାସନ ସଚିବ କହିଥିଲେ ଯେ, "ବର୍ତ୍ତମାନ ରାଉରକେଲାରେ ଜେ ପି ହସ୍ପିଟାଲକୁ ସରକାରୀ କୋଭିଡ୍ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ ରଖାଯାଇଛି । ସେହିପରି ସୁନ୍ଦରଗଡ଼ରେ ଏନଟିପିସି କୋଭିଡ୍ ସ୍ବାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତ ରହିଛି । ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ପ୍ରଶାସନ ସବୁ ଦୃଷ୍ଟିରୁ ପ୍ରସ୍ତୁତ ରହିଛି ।

ଏହାଛଡା ସ୍ମାର୍ଟ ସିଟି ଅଧୀନରେ ମଧ୍ୟ ଅନେକ ପ୍ରକଳ୍ପ ଚାଲିଛି । ତେଣୁ ବିଶ୍ବକପ୍ ହକିକୁ ଦୃଷ୍ଟିରେ ରଖି ରାଉରକେଲାରେ ଚାଲିଥିବା ବିଭିନ୍ନ ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ ଲକ୍ଷ୍ୟ ରଖିଛନ୍ତି ସରକାର । ସେହିପରି ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ ପକ୍ଷରୁ ରାଉରକେଲା ଏୟାରପୋର୍ଟର ସଂପ୍ରସାରଣ କାର୍ଯ୍ୟ ଜାରି ରହିଛି । ସେଠାରେ ଟର୍ମିନାଲ ବିଲ୍ଡିଂ ମଧ୍ୟ ନିର୍ମାଣ କରାଯିବ । ଏହାକୁ ୨୦୨୨ ମେ' ମାସ ସୁଦ୍ଧା ଶେଷ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି । ଏହାସହ ଛେଣ୍ଡଠାରେ ତିଆରି ହେଉଥିବା ସାଇନ୍ସ ପାର୍କ ଓ ପ୍ଲାନେଟାରିୟମ କାର୍ଯ୍ୟ ଆସନ୍ତା ବର୍ଷ ଜୁନ୍ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି ।
ଗସ୍ତ ଅବସରରେ ମୁଖ୍ୟ ଶାସନ ସଚିବ ଓ 5T ସଚିବ ରାଉରକେଲାରେ କୋଭିଡ୍ ସ୍ଥିତିର ସମୀକ୍ଷା କରିଥିଲେ । ସମ୍ଭାବ୍ୟ ତୃତୀୟ ଲହର ପାଇଁ ପ୍ରଶାସନ ପ୍ରସ୍ତୁତ ଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ । ଆସନ୍ତା ୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ବକପ୍ ଭୁବନେଶ୍ବର ସହିତ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଆୟୋଜନ କରାଯିବ । ଏଠାରେ ଏକାସାଙ୍ଗରେ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରିବେ । ହକି ସହିତ ବିଭିନ୍ନ କ୍ରୀଡ଼ାର ବିକାଶ ଲାଗି ରାଉରକେଲାରେ ଯେଉଁ ଅତ୍ୟାଧୁନିକ ଭିତ୍ତିଭୂମି ନିର୍ମାଣ କରାଯାଉଛି ତାହା ସ୍ମାର୍ଟ ସିଟି ରାଉରକେଲାକୁ ଆଗାମୀ ଦିନରେ ଦେଶର ଏକ ପ୍ରମୁଖ କ୍ରୀଡ଼ା ହବ୍ ଭାବେ ପରିଚିତ କରାଇବ ।

ସେହିପରି ସହରାଞ୍ଚଳର ଗରିବ ବସ୍ତି ବାସିନ୍ଦାଙ୍କୁ ବାସୋପଯୋଗୀ ଘର ଯୋଗାଇଦେବା ଲକ୍ଷ୍ୟ ରଖିଛନ୍ତି ସରକାର । ତେଣୁ ରାଉରକେଲାରେ ଏଥିପାଇଁ ଅତି ସ୍ବଳ୍ପ ମୂଲ୍ୟରେ ଘର ଯୋଗାଇ ଦେବାକୁ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଇଛି । ଏହି ପ୍ରତିନିଧି ଦଳ ଆଜି ଛେଣ୍ଡଠାରେ ପ୍ରାୟ ୫ ଏକର ଜମିରେ ଚାଲିଥିବା ଏହି ଆବାସ ନିର୍ମାଣ କାର୍ଯ୍ୟ ବୁଲି ଦେଖିଥିଲେ । ରାଉରକେଲା ମହାନଗର ନିଗମ ଅଞ୍ଚଳରେ ୫ଟି ପ୍ରକଳ୍ପ କରାଯାଉଛି । ଯେଉଁଠି ବସ୍ତି ବାସିନ୍ଦାଙ୍କ ପାଇଁ ପ୍ରାୟ ୩ ହଜାର ଘର ନିର୍ମାଣ କରାଯିବ । ଯେତେଶୀଘ୍ର ସମ୍ଭବ ହିତାଧିକାରୀଙ୍କୁ ସେମାନଙ୍କ ପାଇଁ ନିର୍ଦ୍ଧାରିତ ଘର ଚିହ୍ନଟ କରି ଜଣାଇବା ପାଇଁ 5T ସଚିବ ଭି.କେ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଛନ୍ତି ।












Click it and Unblock the Notifications