Get Updates
Get notified of breaking news, exclusive insights, and must-see stories!

ମାସେ ମଧ୍ୟରେ ନନ୍ଦନକାନନ ରୋପୱେ କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ

ସଫାରି ମଧ୍ୟରେ ପର୍ଯ୍ୟଟକ ମାନଙ୍କ ବୁଲିବା ବ୍ୟବସ୍ଥା, ପ୍ରାଣୀ ଚିକିତ୍ସାକେନ୍ଦ୍ର ମଧ୍ୟ ରହିବ । ଏହି ସଂକ୍ରାନ୍ତୀୟ କାର୍ଯ୍ୟକୁ ତ୍ବାରନ୍ବିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ନନ୍ଦନକାନନ ଗସ୍ତ କରି ସେଠାରେ ଜାରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପର୍ଯ୍ୟଟକ ମାନଙ୍କ ନିମନ୍ତେ ଆନୁଷଙ୍ଗିକ ବ୍ୟବସ୍ଥା ଓ ଉନ୍ନତି ମୂଳକ କାର୍ଯକୁ ତ୍ବରାନ୍ବିତ କରିବାକୁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Chief Secretary

ମୁଖ୍ୟ ଶାସନ ସଚିବ ପ୍ରଥମେ ଚୁଡଙ୍ଗ ସଂରକ୍ଷିତ ଓ କୃଷ୍ଣନଗର ପ୍ରସ୍ତାବିତ ଜଙ୍ଗଲ ଅଞ୍ଚଳ ବୁଲି ଦେଖିଛନ୍ତି । ଉଭୟ ଜଙ୍ଗଲର ୬୦୪ ହେକ୍ଟର ଜମିରେ ନନ୍ଦନକାନନର ସଂପ୍ରସାରିତ କାର୍ଯ୍ୟକ୍ରମ ଆରମ୍ଭ ହେବ । ଏହି ଅଞ୍ଚଳରେ ବାଘ, ସିଂହ, ଭାଲୁ ଓ ତୃଣଭୋଜୀ ଜୀବଜନ୍ତୁ ମାନଙ୍କ ପାଇଁ ସଫାରି ନିର୍ମାଣ ହେବ । ସଫାରି ମଧ୍ୟରେ ପର୍ଯ୍ୟଟକ ମାନଙ୍କ ବୁଲିବା ବ୍ୟବସ୍ଥା, ପ୍ରାଣୀ ଚିକିତ୍ସାକେନ୍ଦ୍ର ମଧ୍ୟ ରହିବ । ଏହି ସଂକ୍ରାନ୍ତୀୟ କାର୍ଯ୍ୟକୁ ତ୍ବାରନ୍ବିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ପରେ ବଟାନିକାଲ ଗାର୍ଡେନ ଯାଇ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ । ରୋପୱେକୁ ଆସନ୍ତା ଏକମାସ ମଧ୍ୟରେ କାର୍ଯ୍ୟକ୍ଷମ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଚଳିତ ପର୍ଯ୍ୟଟନ ଋତୁରେ ଅଧିକ ସଂଖ୍ୟକ ପର୍ଯ୍ୟଟକ ନନ୍ଦନକାନନ ଆସିବା ଆଶା କରାଯାଉ ଥିବାରୁ ସେ ଏହି ନିର୍ଦ୍ଦେଶ ଦେଇଛନ୍ତି । ରୋପୱେରେ ଦୈନିକ ପ୍ରାୟ ୩ ହଜାର ପର୍ଯ୍ୟଟକ ଯିବା ଆସିବାର ବ୍ୟବସ୍ଥା କରାଯାଉଛି । ଏହାଦ୍ବାରା ପର୍ଯ୍ୟଟକ ମାନେ ବଟାନିକାଲ ଓ ଜୁଲୋଜିକାଲ ଉଦ୍ୟାନ ମଧ୍ୟରେ ସିଧାସଳଖ ଭାବେ ଯିବା ଆସିବା କରିପାରିବେ ।

ସେହିଭଳି ୯ କୋଟି ଟଙ୍କା ବିନିମୟରେ ବଟାନିକାଲ ଗାର୍ଡେନ ମଧ୍ୟସ୍ଥ କିଆକଣି ହ୍ରଦର ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ । ଏହି ହ୍ରଦରେ ପର୍ଯ୍ୟଟକ ମାନଙ୍କ ମନୋରଞ୍ଜନ ନିମନ୍ତେ ବୋଟିଂ ବ୍ୟବସ୍ଥା ମଧ୍ୟ କରାଯିବ । ବଟାନିକାଲ ଗାର୍ଡେନ ସମ୍ମୁଖ ଗେଟ ନିର୍ମାଣ, ସଂଲଗ୍ନ ରାସ୍ତା, ଶୌଚାଳୟ, ପାଦଚଲା ରାସ୍ତା ନିର୍ମାଣ ସଂପର୍କରେ ଅବଗତ ହେବା ସହ ନିର୍ମାଣ କାର୍ଯ୍ୟକୁ ତ୍ବରାନିତ କରିବାକୁ ସେ ପରାମର୍ଶ ଦେଇଥିଲେ ।

ଏହାପରେ ପ୍ରାଣୀ ଉଦ୍ୟାନରେ ଥିବା ଟୟଟ୍ରେନ, ପ୍ରସ୍ଥାନ ସ୍ଥାନର ନିର୍ମାଣ କାର୍ଯ୍ୟ, ପର୍ଯ୍ୟଟନ ସହାୟତା କେନ୍ଦ୍ର ମଧ୍ୟ ବୁଲି ଦେଖିଥିଲେ । ବହୁତଳ ଓ ବସ ପାର୍କିଂ ବ୍ୟବସ୍ଥାର ମଧ୍ୟ ଯାଞ୍ଚ କରିଥିଲେ । ନନ୍ଦନକାନନର ଆଧୁନିକିକରଣ ନିମନ୍ତେ ଖୁବଶୀଘ୍ର ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶକଙ୍କୁ ସେ ପରାମର୍ଶ ଦେଇଛନ୍ତି । ଆସନ୍ତା ଏକ ବର୍ଷ ମଧ୍ୟରେ ଏହି ଆଧୁନିକୀକରଣ ଶେଷ ହେବା ନେଇ ସେ ସୂଚନା ଦେଇଛନ୍ତି । ଏହି ଅବସରରେ ନନ୍ଦନକାନନ ନିର୍ଦ୍ଦେଶକ ଡଃ ମନୋଜ ଭି. ନାୟାର, ଉପନିର୍ଦ୍ଦେଶକ ଡଃ ସଞ୍ଜିତ କୁମାର, ଖୋର୍ଦ୍ଧା ଜିଲ୍ଲାପାଳ ସୁଦର୍ଶନ ଚକ୍ରବର୍ତ୍ତୀ ପ୍ରମୁଖ ଉପସ୍ଥିତ ଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+