ଆନ୍ଦୋଳନ ପ୍ରତ୍ୟାହାର ପାଇଁ ଅନୁରୋଧ କଲେ ମୁଖ୍ୟ ଶାସନ ସଚିବ, ଡ୍ରାଇଭରଙ୍କ ସହଯୋଗ ଲୋଡି଼ଲେ ପରିବହନ ମନ୍ତ୍ରୀ
ଡ୍ରାଇଭରଙ୍କୁ ଆନ୍ଦୋଳନରୁ ଓହରିବାକୁ ନିବେଦନ କରିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । କାଲି ଆଲୋଚନା ପରେ ବି ପୁଣି ଥରେ ଆନ୍ଦୋଳନ କରୁଥିବାରୁ କରିଛନ୍ତି ନିବେଦନ ।

ଭୁବନେଶ୍ୱର: ଆଜି ତୃତୀୟ ଦିନରେ ଜାରି ରହିଛି ଡ୍ରାଇଭର ମହାସଂଘର ଆନ୍ଦୋଳନ । ଗତକାଲି ମୁଖ୍ୟ ଶାସନ ସଚିବଙ୍କ ପ୍ରତିଶ୍ରୁତି ପରେ ଆଜି ଡ୍ରାଇଭରମାନେ ଆନ୍ଦୋଳନରୁ ଓହରିବ ବୋଲି ଆଶା କରାଯାଉ ଥିଲା। ମାତ୍ର ତାହା ବିଫଳ ହୋଇଛି । ତେବେ ପ୍ରତିଶ୍ରୁତି ନୁହେଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଲୋଡି଼ଛି ଡ୍ରାଇଭର ମହାସଂଘ ।
ସେପଟେ ଡ୍ରାଇଭରଙ୍କୁ ଆନ୍ଦୋଳନରୁ ଓହରିବାକୁ ନିବେଦନ କରିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । କାଲି ଆଲୋଚନା ପରେ ବି ପୁଣି ଥରେ ଆନ୍ଦୋଳନ କରୁଥିବାରୁ କରିଛନ୍ତି ନିବେଦନ । ଯେଉଁମାନେ ଆନ୍ଦୋଳନରେ ଅଛନ୍ତି ପ୍ରତ୍ୟାହାର କରିବାକୁ କହିଛନ୍ତି ।
ସେହିପରି ଡ୍ରାଇଭରଙ୍କ ସହଯୋଗ ଲୋଡି଼ଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । ସେ କହିଛନ୍ତି, ଗତକାଲି ଡ୍ରାଇଭର ସଂଘ ସହ ମୁଖ୍ୟ ଶାସନ ସଚିବ ଓ ବିଭିନ୍ନ ଅଧିକାରୀ ସହ ସକରାତ୍ମକ ଆଲୋଚନା ହୋଇଥିଲା । ୩ ମାସର ସମୟ ମଗା ଯାଇଛି ଏହା ଭିତରେ ଉଚ୍ଚସ୍ତରୀୟ କମିଟି ଗଠନ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସବୁ ଦିଗରେ ବିକାଶ କରିଛି । ତେଣୁ ଗଣତନ୍ତ୍ରରେ ଆନ୍ଦୋଳନ ସାଧାରଣ କଥା, ହେଲେ ପିଲାଙ୍କ ପରୀକ୍ଷା ଚାଲିଛି । ସ୍ୱାସ୍ଥ୍ୟଗତ ସମସ୍ୟା ଓ ପରିବହନ ବ୍ୟବସ୍ଥାରେ ଅସୁବିଧା ଉପୁଛି । ତେଉଁ ଆଶା ରଖୁଛି କହି ଡ୍ରାଇଭର ମାନେ ସହଯୋଗ କରିବେ ।
ଅପରପକ୍ଷେ, ବିଧାନସଭାରେ ପରିବହନ ମନ୍ତ୍ରୀଙ୍କ ବିବୃତି ଗୋଳମାଳିଆ ପରିସ୍ଥିତି ସୃଷ୍ଟି କରିଛି। ଗୃହରେ ନିଜ ବିବୃତିରେ ଡ୍ରାଇଭରମାନେ ଆନ୍ଦୋଳନରୁ ଓହରିବାକୁ ସହମତି ଦେଇଥିବା କହିଛନ୍ତି ମନ୍ତ୍ରୀ ଟୁକୁନି ସାହୁ । ଏନେଇ ମନ୍ତ୍ରୀ କହିଛନ୍ତି, କାଲି ମୁଖ୍ୟ ସଚିବ ଡ୍ରାଇଭର ସଂଘକୁ ଡାକି ଆଲୋଚନା କରିଛନ୍ତି । ୩ ମାସରେ ଡ୍ରାଇଭରଙ୍କ ଦାବି ପୂରଣ କରିବାକୁ ନିଷ୍ପତ୍ତି ହୋଇଛି । ସେମାନେ ଆନ୍ଦୋଳନରୁ ଓହରିବା ଲାଗି ସହମତି ପ୍ରକାଶ କରିଛନ୍ତି । ହେଲେ ସରକାର ଆନୁଷ୍ଠାନିକ ଘୋଷଣା ନ କରିବା ଯାଏଁ ଆନ୍ଦୋଳନ ଜାରି ରହିବ ବୋଲି କହିଛନ୍ତି ଡ୍ରାଇଭର ସଂଘର ସଭାପତି ।
ସୂଚନାଯୋଗ୍ୟ, ଗତକାଲି ଡ୍ରାଇଭର ଏକତା ମହାସଂଘର କର୍ମକର୍ତ୍ତାମାନଙ୍କର ମୁଖ୍ୟ ଶାସନ ସଚିବଙ୍କ ସହ ଏକ ବୈଠକ ହୋଇଥିଲା। ଏଥିରେ ବିଧାୟକ ପ୍ରଣବ ପ୍ରକାଶ ଦାସ ବି ଉପସ୍ଥିତ ଥିଲେ। ଆସନ୍ତା ୩ ମାସ ମଧ୍ୟରେ ଡ୍ରାଇଭର ଏକତା ମହାସଂଘର ଦାବି ଗୁଡିକୁ ସମାଧାନ କରାଯିବ ବୋଲି ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା । ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟରୁ ଏନେଇ ଡ୍ରାଇଭର ଏକତା ମହାସଂଘର ଆବାହକଙ୍କୁ ଚିଠି ଲେଖି ସୂଚନା ଦିଆ ଯାଇଥିଲା।
ଉଲ୍ଲେଖଥାଉ କି, ୧୦ ଦଫା ଦାବି ନେଇ ରାଜ୍ୟ ଡ୍ରାଇଭର ମହାସଂଘ ପକ୍ଷରୁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଆଜି ତୃତୀୟ ଦିନରେ ପହଞ୍ଚିଛି । ବ୍ଲକ୍, ପଞ୍ଚାୟତଠାରୁ ଆରମ୍ଭ କରି ରାଜରାସ୍ତା ଯାଏ, ସବୁଠି ଡ୍ରାଇଭରମାନେ ଏକାଠି ହୋଇ ପ୍ରତିବାଦ ଚଳାଇଛନ୍ତି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications