ଗ୍ରାମ୍ୟ ଉନ୍ନୟନ ବିଭାଗର କାର୍ଯ୍ୟାବଳୀ ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ
ଭୁବନେଶ୍ୱର: ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନସ୍ତ ସମସ୍ତ ଯୋଜନା ଓ ପ୍ରକଳ୍ପ ଗୂଡିକ ଧାର୍ଯ୍ୟ ସମୟ ସୀମା ଏବଂ ତ୍ୱରାନ୍ୱିତ ପ୍ରକ୍ରିୟାରେ ସମ୍ପୁର୍ଣ୍ଣ କରିବା ପାଇଁ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ନିର୍ଦ୍ଦେଶ ଦେଇଛନ୍ତି । ଆଜି ପୂର୍ବାହ୍ନରେ ଲୋକସେବା ଭବନସ୍ଥ ଗ୍ରାମ୍ୟ ଉନ୍ନୟନ ବିଭାଗ ଓସ୍ବାନ ହଲରେ ବିଭାଗର ମାସିକ ସମୀକ୍ଷା ବୈଠକରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ଅଧ୍ୟକ୍ଷତା କରିବା ସହିତ କହିଛନ୍ତି, ରାସ୍ତା, ସେତୁ ଓ କୋଠାବାଡି ନିର୍ମାଣ କାମ ତ୍ୱରାନ୍ୱିତ ପ୍ରକ୍ରିୟାରେ ସମ୍ପୁର୍ଣ୍ଣ ହେବା ବିଭାଗର ଗୁରୁ ଦାୟିତ୍ୱ । ପ୍ରକଳ୍ପ ସମ୍ପୁର୍ଣ୍ଣ ପାଇଁ ଡିଭିଜନ ମାନେ ବିଭାଗକୁ ଦେଉଥିବା ସମୟ ସୀମା ଉପରେ ଧ୍ୟାନ ଦେବା ଜରୁରୀ ।

ସେହିପରି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରୁ ଆସୁଥିବା ବିଭାଗ ସମ୍ବନ୍ଧିୟ ସମସ୍ତ ଅଭିଯୋଗ ଗୁଡିକର ତ୍ୱରିତ ସମାଧାନ ପୂର୍ବକ ଏହାର ରିପୋର୍ଟ ବିଭାଗରେ ପହଞ୍ଚିବା ଆବଶ୍ୟକ । ଏଣିକି ଏ ଦିଗରେ ବିଭାଗୀୟ ଯନ୍ତ୍ରୀମାନେ ସମସ୍ତ ଡିଭିଜନ ମୁଖ୍ୟଙ୍କୁ ଫୋନ କରି ସମାଧାନ ଦିଗରେ ଯତ୍ନବାନ ହେବାକୁ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଥିଲେ ।
ରାସ୍ତା ଓ ସେତୁ ଯୋଜନା ଅଧିନରେ ସ୍ତଗିତ ଥିବା ପ୍ରକଳ୍ପ ଗୁଡିକର ଡିପିଆର ୭ ଦିନ ଭିତରେ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନୁମୋଦିତ ହୋଇଥିବା ପ୍ରକଳ୍ପର ଜିଲ୍ଲାୱାରୀ ତାଲିକା ପ୍ରସ୍ତୁତ କରି ଆସନ୍ତା ୩ ଦିନ ମଧ୍ୟରେ ବିଭାଗକୁ ପଠାଇବାକୁ ଶ୍ରୀ ସିଂହ ମୁଖ୍ୟଯନ୍ତ୍ରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନ ସୁଧା ବିଭାଗର ପ୍ରକଳ୍ପ ଜନିତ ବ୍ୟୟ ୪୩ ପ୍ରତିଶତରୁ ଉର୍ଦ୍ଧ ଯାହା ସନ୍ତୋଷଜନକ ଅଟେ ।ଆସନ୍ତା ସେପ୍ଟେମ୍ବର ଶେଷ ସୁଧା ସମସ୍ତ ଡିଭିଜନ ଅନ୍ୟୁନ ୪୫ ପ୍ରତିଶତ ଅନୁଦାନ ଖର୍ଚ୍ଚ କରିବା ସହ ସମସ୍ତ ଡିଭଜନ ସର୍ବନିମ୍ନ ୧୦ କୋଟି ଟଙ୍କା ଖର୍ଚ୍ଚ କରି ରିର୍ପୋଟ ପ୍ରଦାନ କରିବାକୁ ଶ୍ରୀ ସିଂହ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ଶତ ପ୍ରତିଶତ ପ୍ରଶାସନିକ ଅନୁମୋଦନ ସହ ସମସ୍ତ ପ୍ରକଳ୍ପ ପାଇଁ ଟେଣ୍ଡର ପ୍ରକ୍ରିୟା ଶେଷ କରିବାକୁ କହିଥିଲେ ।
ସେହିପରି ବିଜୁସେତୁ ଯୋଜନା ଅଧିନରେ ବିଭିନ୍ନ ଜିଲ୍ଲାରେ ଚାଲୁ ରହିଥିବା ପ୍ରକଳ୍ପ ଗୂଡିକର ଅଗ୍ରଗତି ସମ୍ବନ୍ଧରେ ପଚାରି ବୁଝିବା ସହ ଯେଉଁ ଡିଭିଜନ ମାନଙ୍କରେ ଆପ୍ରୋଚ ରୋଡ ବାକି ରହିଛି ସେ ସବୁକୁ ଆସନ୍ତା ଅକ୍ଚୋବର ଶେଷ ସୁଧା ସାରିବାକୁ ବୈଠକରେ ବିଭାଗୀୟ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦିଆ ଯାଇଛି । ୨୦୨୧-୨୨ ଆର୍ଥିକ ବର୍ଷ ପୂର୍ବରୁ ବାକି ରହିଥିବା ୧୩ ଗୋଟି ପ୍ରକଳ୍ପର ଟେଣ୍ଡର ପ୍ରକ୍ରିୟା ୧୫ ସେପ୍ଟେମ୍ବର ସୁଧା ସାରିବାକୁ ମୁଖ୍ୟଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆ ଯାଇଛି ।
ସେହିପରି ବିଭାଗର ସମସ୍ତ ସିସିଇଙ୍କ ନେତୃତ୍ୱରେ ୨୦୨୨-୨୩ ଓ ୨୦୨୩-୨୪ ଆର୍ଥିକ ବର୍ଷରେ ହାତକୁ ନିଆ ଯାଇଥିବା ସମସ୍ତ ପ୍ରକଳ୍ପ ଗୁଡିକର ଡିପିଆର ଫାଇନାଲ କରି ତା ୧୫.୯.୨୦୨୩ ସୂଧା ଟେଣ୍ଡର ପ୍ରକ୍ରିୟା ସାରିବାକୁ ଶ୍ରୀ ସିଂହ ପରାମର୍ଶ ଦେଇଛନ୍ତଇ । ବିଜୁ ସେତୁ ଯୋଜନା ଅଧିନରେ ଥିବା ଅସମ୍ପୁର୍ଣ୍ଣ କାମ ଆସନ୍ତା ସେପ୍ଟେମ୍ବରଶେଷ ସୁଧା ସାରିବାକୁ ବୈଠକରେ ଗୁରୁତ୍ୱ ଦିଆ ଯାଇଥିଲା ।
ମୁଖ୍ୟମନ୍ତ୍ରୀ ସଡକ ଯୋଜନା ଅଧିନରେ ଚାଲୁ ରହିଥିବା ପ୍ରକଳ୍ପ ଗୁଡିକୁ ଅଗ୍ରାଧୀକିର ଭିତ୍ତିରେ ସାରିବା ସହିତ ୨୦୨୧-୨୨ ପୂର୍ବରୁ ଅସମ୍ପୁର୍ଣ୍ଣ ଥିବା ୧୫ ଗୋଟି ପ୍ରକଳ୍ପକୁ ସମ୍ପୁକ୍ତ ମୁଖ୍ଯଯନ୍ତ୍ରୀମାନେ କ୍ଷେତ୍ର ପରିଦର୍ଶନ କରି ବିଭାଗକୁ ରିର୍ପୋଟ ପ୍ରଦାନ କରିବେ ଏବଂ ଆସନ୍ତା ଡିସେମ୍ବର ସୁଧା ଏହି ପ୍ରକଳ୍ପ ଗୁଡିକ ସମ୍ପୁର୍ଣ୍ଣ ହେବା ଜରୁରୀ ବୋଲି ଶ୍ରୀ ସିଂହ କହିଥିଲେ । ଏଥି ସହିତ ୨୦୨୨-୨୩ ଏବଂ ୨୦୨୩-୨୪ ଆର୍ଥିକ ବର୍ଷରେ ଶତ ପ୍ରତିଶତ ପ୍ରଶାସନିକ ଅନୁମୋଦନ ସହ ସମସ୍ତ ପ୍ରକଳ୍ପ ପାଇଁ ଟେଣ୍ଡର ପ୍ରକ୍ରିୟା ଚୁଡାନ୍ତ କରିବାକୁ କହିଥିଲେ ।
ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା, ମୁଖ୍ୟମନ୍ତ୍ରୀ ସଡକ ଯୋଜନା, କୋଠାବାଡି, ଗ୍ରାମ୍ୟ ଉନ୍ନୟନ ବିଭାଗର ସମସ୍ତ ଯୋଜନା ଏବଂ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣୀ ସମ୍ପର୍କରେ ଆଲୋଚନା କରାଯାଇଥିଲା । ପ୍ରତ୍ୟେକ ସର୍କଲ ଓ ଡିଭିଜନର ସମସ୍ତ ଯନ୍ତ୍ରୀମାନଙ୍କୁ ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମର ଅଗ୍ରଗତି ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପଚାରି ବୁଝିଥିଲେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅରବିନ୍ଦ ଅଗ୍ରୱାଲ, ସ୍ବତନ୍ତ୍ର ଶାସନ ସଚିବ ଶ୍ରୀ ସୁଦର୍ଶନ ପରିଡା, ଇ.ଆଇ.ସି ଶ୍ରୀ ଅକ୍ଷୟ କୁମାର ପ୍ରଧାନ, ଇ.ଆଇ.ସି ଶ୍ରୀ ପ୍ରଦୀପ ସାମଲଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications