ବୋରୱେଲରୁ ଶିଶୁକନ୍ୟା ଉଦ୍ଧାର, ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ବୋରୱେଲ ଭିତରୁ ଶିଶୁକନ୍ୟା ଉଦ୍ଧାର । ଜୀବିତ ଅବସ୍ଥାରେ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା । ଦୀର୍ଘ ୬ ଘଣ୍ଟାପରେ ତାକୁ ଉଦ୍ଧାର କରାଯାଇଥିବା ନେଇ ସୂଚନା ରହିଛି । ଉଦ୍ଧାର ପରେ ତୁରନ୍ତ ଛୁଆଟିକୁ ଡାକ୍ତରଖାନା ନିଆଯାଇଛି ।

ODISHA

ସମ୍ବଲପୁର ଜିଲ୍ଲା ରେଙ୍ଗାଲୀ ବ୍ଲକର ଲରିପାଲି ଜଙ୍ଗଲ ଭିତରେ ଥିବା ଏକ ପରିତ୍ୟକ୍ତ ବୋରଓ୍ବେଲ ଭିତରେ ନବଜାତ ଶିଶୁ ପଡ଼ି ଯାଇଥିଲା । ତେବେ ଶିଶୁଟି କେମିତି ପଡ଼ିଲା ବା ତାକୁ କାହିଁକି ଫୋପାଡ଼ିଛି ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ଦମକଳବାହିନୀ ଓ ବ୍ଲକ ପ୍ରଶାସନ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଆରମ୍ଭ କରିଥିଲେ ।

ସୂଚନା ଅନୁସାରେ, ଜଙ୍ଗଲ ରାସ୍ତା ଦେଇ ଯାଉଥିବା କିଛି ଲୋକ ପ୍ରଥମେ କଅଁଳଶିଶୁର କାନ୍ଦିବା ଶୁଣି ବୋରଓ୍ବେଲ ପାଖକୁ ଯାଇଥିଲେ । ତାହା ପରେ ବୋରଓ୍ବେଲ ଭିତରୁ ନବଜାତ ଶିଶୁର କାନ୍ଦିବା ଶବ୍ଦ ଶୁଣି ପୋଲିସକୁ ଖବର ଦେଇଥିଲେ । ସ୍ଥାନୀୟ ଲୋକେ ପୋଲିସ ଏବଂ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+