ଚିଲିକା ମୁହାଁ ବିଦେଶୀ ପକ୍ଷୀ, ସୁରକ୍ଷା ଦେବେ ୨୧ ଟିମ୍

ଚିଲିକାରେ ପହଞ୍ଚିଲେ ବିଦେଶାଗତ ପକ୍ଷୀ । ଚଳିତ ବର୍ଷ ଚିଲିକାରେ ଲକ୍ଷାଧିକ ବିଦେଶୀ ପକ୍ଷୀମାନଙ୍କ ସମାଗମ ହେବ ବୋଲି ଲକ୍ଷ ରଖିଛି ବନ ବିଭାଗ । ଏହାକୁ ଆଖି ଆଗରେ ରଖି ସୁରକ୍ଷାକୁ କଡାକଡି କରିଛି ବନ ବିଭାଗ । ଚିଲିକା ବନଖଣ୍ଡ ବନାଞ୍ଚଳ ବାଲୁଗାଁ କାର୍ଯ୍ୟାଳୟ ତରଫରୁ ବିଭିନ୍ନ ରେଞ୍ଜରେ ପକ୍ଷୀ ସୁରକ୍ଷା ପାଇଁ ୨୧ ଟି ଟିମ୍ ଗଠିତ କରାଯାଇଛି । ଟାଙ୍ଗୀ-୧୧, ରମ୍ଭା-୨, ବାଲୁଗାଁ-୪, ନୂଆପଡା-୨, ସାତପଡା-୨ ସହିତ ଲ୍ୟାଣ୍ଡ ମୋବାଇଲ ଟିମ୍‌ ସୁରକ୍ଷା ଦିଗରେ ସମଗ୍ର ଚିଲିକାରେ ଘୁରି ବୁଲିବେ। ସେଥିପାଇଁ ଚିଲିକାରେ ପ୍ରସ୍ତୁତ ହୋଇ ରହିଛି ବନ ବିଭାଗ।ପକ୍ଷୀ ସୁରକ୍ଷା ଦିଗରେ ତିଖ୍ନ ନଜର ରଖିଛି ବନ ବିଭାଗ ।

Chilika

ବିଦେଶରୁ ଚିଲିକା ମୁହାଁ ଏବେ ବିଦେଶାଗତ ପକ୍ଷୀ । ଶୀତ ଋତୁର ଆଗମନରେ ବର୍ତ୍ତମାନ ଚିଲିକା ଉପରେ ପକ୍ଷୀମାନେ ଘୁରି ବୁଲୁଥିବା ଦେଖିବାକୁ ମିଲିଛି । ଅକ୍ଟୋବର ମାସାରେ ହିଁ ରଙ୍ଗ ବେରଙ୍ଗର ବିଦେଶାଗତ ପକ୍ଷୀମାନଙ୍କୁ ଦେଖିବାକୁ ମିଳିଥାନ୍ତି । କିପରି ଚଳିତ ବର୍ଷ ଚିଲିକାରେ ବିଦେଶାଗତ ପକ୍ଷୀମାନଙ୍କୁ ସୁରକ୍ଷା ଦିଆଯିବ ସେ ନେଇ ବନ ବିଭାଗର ତତ୍ପରତା ଦେଖାଦେଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+