ଆସନ୍ତାକାଲି ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ଶ୍ରୀମନ୍ଦିର ବନ୍ଦ

ଆସନ୍ତାକାଲି ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ଶ୍ରୀମନ୍ଦିର ବନ୍ଦ । ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ସାଧାରଣ ଦର୍ଶନ ବନ୍ଦ। ଅପରାହ୍ଣ ୨ଟା ୩୦ରୁ ସଂଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଆସନ୍ତାକାଲି ମହାପ୍ରଭୁଙ୍କ ମସ୍ତକରେ ସୁବର୍ଣ୍ଣ ଚିତା ଲାଗି ହେବ।

chita lagi amabashya

ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସରେ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କର ଚିତାଲାଗି ହୋଇଥାଏ । ବିଭିନ୍ନ ନୀତିକାନ୍ତି ସରିବା ପରେ ବାଡ଼ଗ୍ରାହୀ ଦଇତାପତିମାନେ ରତ୍ନସିଂହାସନରେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି । ସ୍ନାନ ପୂର୍ଣ୍ଣିମା ଦିନ ରାତିରେ ଶ୍ରୀଜିଉମାନଙ୍କର ମସ୍ତକରୁ ଏହି ସୁବର୍ଣ୍ଣ ଚିତାକୁ ଓଲାଗି କରାଯାଇଥିଲା । ରଥଯାତ୍ରା ଦିନ ମହାପ୍ରଭୁ ଲାଗି କରାଯାଇଥିଲା ସୋଲା ଚିତା । କାଲି ଏହି ସୋଲା ଚିତାକୁ ଓଲାଗି କରି ରତ୍ନଚିତା ଲାଗି କରାଯିବ ।

ଶ୍ରୀଜଗନ୍ନାଥଙ୍କ ମସ୍ତକରେ ହୀରାଖଚିତ ଧଳା ଚିତା, ଶ୍ରୀ ବଳଭଦ୍ରଙ୍କ ମସ୍ତକରେ ନୀଳା ଖଚିତ ଚିତା ଓ ଦେବୀ ସୁଭଦ୍ରାଙ୍କ ମସ୍ତକରେ ପାନା ଚିତା ଲାଗି କରାଯିବ। ନୀତି ସରିବା ପରେ ଠାକୁରଙ୍କୁ ମହାସ୍ନାନ କରାଯିବ। ଏହି ଚିତା ଶ୍ରୀବିଗ୍ରହମାନଙ୍କ ମସ୍ତକରେ ପରବର୍ତ୍ତୀ ସ୍ନାନପୂର୍ଣ୍ଣିମା ପର୍ଯ୍ୟନ୍ତ ଲାଗି ରହିଥାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+