ହଇଜା ଆତଙ୍କ; ଦୁଇ ମୃତ, ୩୦ ମେଡିକାଲରେ ଭର୍ତ୍ତି
ହଇଜା ଆତଙ୍କ । ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି।
ଏକ ଦଶାହ ଭୋଜି ଖାଇବା ପରେ ଗ୍ରାମର ଅଧିକାଂଶ ଲୋକେ ହଇଜାରେ ପୀଡ଼ିତ ହୋଇଥିଲେ।

୩୦ରୁ ଊଦ୍ଧର୍ବ ଲୋକଙ୍କୁ ବାରିପଦା ପିଆରଏମ୍ ମେଡିକାଲରେ ଭର୍ତ୍ତି କରାଯାଇଛି। ଜଣଙ୍କର ଅବସ୍ଥା ଗୁରୁତର ଥିବା ବେଳେ ଡାକ୍ତରଖାନା ପକ୍ଷରୁ ଚିକିତ୍ସା ଜାରି ରହିଛି। ତେବେ ଘଟଣାକୁ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଟିମ୍ ଗ୍ରାମକୁ ଯାଇ ସ୍ଥିତି ପରଖିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଭୟ କୁମାର ଦାଶ ପ୍ରକାଶ କରିଛନ୍ତି।












Click it and Unblock the Notifications