ଦୁର୍ଘଟଣାରେ ନବମ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣା, ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ନବମ ଶ୍ରେଣୀ ଛାତ୍ର ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମାଝୀ ସାମାଜିକ ଗଣମାଧ୍ୟମ 'ଏକ୍ସ'ରେ ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି, ସମ୍ବଲପୁରରେ ସଡ଼କ ଦୁର୍ଘଟଣାରେ ଜଣେ ନବମ ଶ୍ରେଣୀର ଛାତ୍ର ପ୍ରାଣ ହରାଇଥିବା ବିଷୟରେ ଜାଣି ଗଭୀର ଶୋକ ପ୍ରକାଶ କରିଛନ୍ତି । ଏଥିସହ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାର ବର୍ଗଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

mohan majhi

ସୂଚନା ଅନୁସାରେ ଆଜି ପୂର୍ବାହ୍ନ ପ୍ରାୟ ୧୦ଟା ୪୫ ମିନିଟ ସମୟରେ ଧନୁପାଲିସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରୁ ଅୟୁଷ୍ମାନ ବେହେରା ପାଠପଢ଼ି ସାରି ଘରକୁ ଫେରୁଥିବା ବେଳେ ସାମ୍ନା ପଟୁ ଏକ ଟ୍ରାକ୍ଟର୍ ତାଙ୍କୁ ଧକ୍କା ଦେଇଥିଲା । ସେଠାରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ଲୋକେ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ । ସେଠାରେ ଛାତ୍ରଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+