ବାତ୍ୟା ଫେରନ୍ତାଙ୍କ ଉପରେ ନଜର: ୧୨ ଜିଲ୍ଲାପାଳଙ୍କୁ ଟେଷ୍ଟିଂ ପାଇଁ ନିର୍ଦ୍ଦେଶ
ସାମୁଦ୍ରିକ ବାତ୍ୟା ‘ୟାସ୍’ ପାଇଁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର ହୋଇଥିବା ଲୋକମାନଙ୍କ ଉପରେ ତୀକ୍ଷ୍ଣ ନଜର ରଖିବାକୁ ରାଜ୍ୟ ସରକାର ଆଜି ୧୨ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଭୁବନେଶ୍ୱର: ସାମୁଦ୍ରିକ ବାତ୍ୟା 'ୟାସ୍' ପାଇଁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର ହୋଇଥିବା ଲୋକମାନଙ୍କ ଉପରେ ତୀକ୍ଷ୍ଣ ନଜର ରଖିବାକୁ ରାଜ୍ୟ ସରକାର ଆଜି ୧୨ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ମହାମାରୀ ସମୟରେ ବାତ୍ୟା ଆଶ୍ରୟସ୍ଥଳୀ ଏବଂ ବାତ୍ୟା ପରିଚାଳନା ଓ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ଲୋକଙ୍କ ଉପରେ ସ୍ୱତନ୍ତ୍ର ନଜର ରଖାଯିବ । ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ମନିଟର କରିବା ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ବିଭାଗ ୧୨ ଜିଲ୍ଲାକୁ ନିର୍ଦ୍ଦେଶ ଦେଇଛନ୍ତି । ଆଗାମୀ ସପ୍ତାହରେ କାହାରି ଠାରେ କୋଭିଡର ଲକ୍ଷଣ ଦେଖାଗଲେ ନିରୀକ୍ଷଣ କରିବାକୁ କୁହାଯାଇଛି ।

ଘରକୁ ଘର ବୁଲି ସର୍ଭେ କରୁଥିବା ଟିମ୍ ବିଶେଷକରି ବାତ୍ୟା ଆଶ୍ରୟସ୍ଥଳୀରୁ ଫେରିଥିବା ଲୋକମାନେ ଓ ପୁନରୁଦ୍ଧାର କାର୍ଯ୍ୟ କରିଥିବା ଲୋକମାନଙ୍କୁ ନିଶ୍ଚିତ ଭାବେ ସ୍ୱାସ୍ଥ୍ୟ ସଚେତନତା କରିବେ । ସେଭଳି ଲୋକମାନେ ମଧ୍ୟ ନିଜେ ନିଜର ସ୍ୱାସ୍ଥ୍ୟ ନେଇ ସଚେତନ ରହିବା ଉଚିତ୍ । ଯଦି କୋଭିଡ୍ ସଂକ୍ରମଣ ଲକ୍ଷଣ ଦେଖାଦିଏ ସେମାନେ ତୁରନ୍ତ ନିଜକୁ ସଙ୍ଗରୋଧରେ ରଖି କୋଭିଡ-୧୯ ପରୀକ୍ଷା କରାଇ ନେବା ଉଚିତ୍ ବୋଲି ଶ୍ରୀ ମହାପାତ୍ର କହିଛନ୍ତି। ଏଥିପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ପୁରୀ, କଟକ, ଢେଙ୍କାନାଳ, ଅନୁଗୁଳ ଓ ଖୋର୍ଦ୍ଧା ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଏମ୍ଏସ୍ ଧୋନିଙ୍କ ନାଁରେ ଥିବା କ୍ରିକେଟ ଷ୍ଟାଡିୟମ ସିଲ୍ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ












Click it and Unblock the Notifications