ଭୁବନେଶ୍ବରରେ ମେଘୁଆ ପାଗ; ରାଜ୍ୟରେ ଆହୁରି ୩ ଦିନ ବର୍ଷିବ
ଭୁବନେଶ୍ବରରେ ମେଘୁଆ ପାଗ । ରାଜ୍ୟରେ ଆହୁରି ୩ ଦିନ ବର୍ଷିବ । ରାଜ୍ୟରେ ମୌସୁମିଜନିତ ବର୍ଷା ଜାରି ରହିଛି । ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହେଉଥିବା ବେଳେ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ ବେଗରେ ପବନ ବହିବା ସମ୍ଭାବନା ରହିଛି । ରାଜଧାନୀ ଭୁବନେଶ୍ବରରେ ସକାଳୁ ମେଘୁଆ ପାଗ ରହିଛି । ଆଜି ବିଜୁଳି ଘଡ଼ଘଡ଼ି ପାଇଁ ୨୦ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଟ୍ରପଲାଇନ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ କିଛି କିଛି ସ୍ଥାନରେ ବର୍ଷା ଜାରି ରହିଛି । ଆଜିଠୁ 4 ଦିନଯାଏ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ। ବିଶେଷ କରି ଉତ୍ତର ଓ ଉପକୂଳ ଓଡି଼ଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର 20 ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି ।
ଆଜି ଗଞ୍ଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂପୁର, କେନ୍ଦ୍ରାପଡା, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଦେଓଗଡ, ସମ୍ବଲପୁର, ଝାରସୁଗୁଡା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ହେବା ସମ୍ଭାବନା ରହିଛି । ଏହି ସମୟରେ 30ରୁ 40 କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଆସନ୍ତାକାଲି ଉପକୂଳ ଓ ଉତ୍ତର ଓଡ଼ିଶାର 14 ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷର ସମ୍ଭାବନା ରହିଛି । ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା ସହ ବିଜୁଳି ହେବାର ସମ୍ଭାବନା ରହିଥିବାରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ପବନର ବେଗ 30ରୁ 40 କିମି ବହିବ ।
ଆସନ୍ତା 18 ତାରିଖରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ନୟାଗଡ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ସମୟରେ ପବନର ବେଗ 30ରୁ 40 କିମି ରହିବ ।
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications