ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ମଧ୍ୟାହ୍ନ ଭୋଜନରେ ସାମିଲ ହେବେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ

ବିଦ୍ୟାଳୟରେ ମଧ୍ୟାହ୍‌ଣ ଭୋଜନ ନେଇ ରାଜ୍ୟ ସରକାର ମଙ୍ଗଳବାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମଧ୍ୟାହ୍‌ଣ ଭୋଜନ କରିବେ । ଏପର୍ଯ୍ୟନ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ମଧ୍ୟାହ୍‌ଣ ଭୋଜନ କରୁଥିଲେ । କିନ୍ତୁ ଆଗାମୀ ଦିନରେ ନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ମଧ୍ୟ ଏହି ଯୋଜନାରେ ସାମିଲ କରାଯିବ। କଟକରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏହି ବଡ଼ ଘୋଷଣା କରିଛନ୍ତି ।

mohan majhi

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ରାଜ୍ୟରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ ହେବ । ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି‌ ଯୋଜନା ଲାଗୁ ହେବ। କନ୍ୟା ସନ୍ତାନକୁ ପ୍ରୋତ୍ସାହନ ପାଇଁ ଏହି ଯୋଜନା ଲାଗୁ କରାଯାଇଛି । ଝିଅ ଜନ୍ମ ହେଲେ ୧୨ ହଜାର ଟଙ୍କା ମିଳିବ। ପୁଅ ଜନ୍ମ ହେଲେ ୧୦ ହଜାର ଟଙ୍କା ମିଳିବ ।

ରାଜ୍ୟ ସରକାର ଗର୍ଭବତୀ ଓ ଅଙ୍ଗନବାଡ଼ି କର୍ମୀମାନଙ୍କ ପାଇଁ ଭଲ ଖବର ଆଣିଛନ୍ତି । ମୋହନ ମାଝୀଙ୍କ ସରକାର ରାଜ୍ୟରେ ମମତା ଯୋଜନା ବଳଦରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ କରିବେ । ଏହି ଯୋଜନା ଦ୍ବାରା କନ୍ୟା ସନ୍ତାନ ଜନ୍ମ କରୁଥିବା ମହିଳାଙ୍କୁ ୧୦ ହଜାର ବଦଳରେ ୧୨ ହଜାର ଟଙ୍କା ପ୍ରୋତ୍ସାହନ ରାଶି ମିଳିବ ।

ରାଜ୍ୟ ସରକାର ଅଙ୍ଗନବାଡ଼ି କର୍ମୀମାନଙ୍କ ପାଇଁ ମଧ୍ୟ ଭଲ ଖବର ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ଅଙ୍ଗନବାଡ଼ି କର୍ମୀମାନଙ୍କୁ ୨୦୦ ଟଙ୍କା ବଦଳରେ ୨୫୦ ଟଙ୍କା, ଏବଂ ଅଙ୍ଗନବାଡ଼ି ସହାୟକମାନଙ୍କୁ ୫୦ ଟଙ୍କା ପରିବର୍ତ୍ତେ ୧୫୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ। ଉଭୟ ଯୋଜନାର ସମ୍ମିଳିତ କାର୍ଯ୍ୟକାରିତା ପାଇଁ ଆସନ୍ତା ଆର୍ଥିକ ବର୍ଷରେ ପ୍ରାୟ ୫୧୧ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି । ଏଥିପାଇଁ କେନ୍ଦ୍ର ସରକାର ୧୧୫.୯୭ କୋଟି ଟଙ୍କା ପ୍ରଦାନ କରିବାବେଳେ ରାଜ୍ୟ ସରକାର ୩୯୫.୭୫ କୋଟି ଟଙ୍କା ଯୋଗାଇ ଦେବେ। ଏହା ଦ୍ୱାରା ପ୍ରାୟ ୪ ଲକ୍ଷ ୫୦ ହଜାର ଗର୍ଭବତୀ ଓ ପ୍ରସୂତି ମହିଳା ଉପକୃତ ହେବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+