ଷ୍ଟିଲ୍ କମ୍ପାନୀ ଗୁଡ଼ିକୁ ବଡ଼ ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ସମସ୍ତ......

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଇଣ୍ଡିଆନ୍ ଷ୍ଟିଲ ଆସୋସିଏସନ୍ । ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ଓ ୨୦୪୭ ସୁଦ୍ଧା ବିକଶିତ ଭାରତର ଗ୍ରୋଥ୍ ଇଞ୍ଜିନ ହେବା ଓଡିଶାର ଲକ୍ଷ୍ୟ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିରେ ଖଣି ଓ ଷ୍ଟିଲ କ୍ଷେତ୍ରର ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ । ତେଣୁ, ଓଡିଶାରେ କମ୍ପାନୀ ପ୍ରତିଷ୍ଠା କରୁଥିବା ସଂସ୍ଥା ଗୁଡିକୁ ସୁବିଧାରେ କଞ୍ଚାମାଲ୍ ଯୋଗାଇଦେବା ସହିତ ଅନ୍ୟାନ୍ୟ ସୁବିଧା ସୁଯୋଗ ଯୋଗାଇଦେବା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରୁଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ଓ ୨୦୪୭ ସୁଦ୍ଧା ବିକଶିତ ଭାରତର ଗ୍ରୋଥ୍ ଇଞ୍ଜିନ ହେବା ଓଡିଶାର ଲକ୍ଷ୍ୟ। ଏଥିରେ ଖଣି ଓ ଷ୍ଟିଲ କ୍ଷେତ୍ରର ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ। ତେଣୁ, ଓଡିଶାରେ କମ୍ପାନୀ ପ୍ରତିଷ୍ଠା କରୁଥିବା ସଂସ୍ଥା ଗୁଡିକୁ ସୁବିଧାରେ କଞ୍ଚାମାଲ୍ ଯୋଗାଇଦେବା ସହିତ ଅନ୍ୟାନ୍ୟ ସୁବିଧା ସୁଯୋଗ ଯୋଗାଇଦେବା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରୁଛନ୍ତି। ଷ୍ଟିଲ କମ୍ପାନୀ ଗୁଡିକୁ ମଧ୍ୟ ଉପଯୁକ୍ତ ବିଚାର ଆଲୋଚନା କରାଯାଇ ନିୟମ ଅନୁସାରେ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

cm mohan majhi
ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ବର୍ତ୍ତମାନ ଦେଶର ଷ୍ଟିଲ ଉତ୍ପାଦନ ପରିମାଣ ବାର୍ଷିକ ୧୬୫ ମିଲିଅନ୍‌ ଟନ ରହିଛି। ୨୦୪୭ ସୁଦ୍ଧା ଏହି ପରିମାଣ ୫୦୦ ମିଲିଅନ୍‌ ଟନ ବୃଦ୍ଧି କରାଯିବାର ଲକ୍ଷ୍ୟ ରଖାଯାଇଛି। ଦେଶର ଷ୍ଟିଲ ଉତ୍ପାଦନ ବୃଦ୍ଧିରେ ଓଡିଶାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଓ ରହିବ ମଧ୍ୟ। ତେଣୁ, ଷ୍ଟିଲ କମ୍ପାନୀ ମାନଙ୍କୁ ଯେପରି ସୁବିଧାରେ ଲୁହାପଥର ମିଳିବ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସୁବିଧା ମିଳି ପାରିବ, ସେ ବିଷୟରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।

ବୈଠକରେ ଅଧିକ ଲୁହା ପଥର ଖଣିର ନିଲାମ୍ ଏବଂ ନିଲାମ୍ ହୋଇଥିବା ଖଣି ଗୁଡିକରୁ ଶୀଘ୍ର ଉତ୍ତୋଳନ ଆରମ୍ଭ ଉପରେ ଆଲୋଚନା କରାଯାଇଥିଲା। ଚଳିତବର୍ଷ ପ୍ରାୟ ୩୦ ଟି ଖଣି ନିଲାମ୍ ହେବାର ସମ୍ଭାବନା ରହିଛି ବୋଲି ଜଣାଯାଇଛି। ଏହା ସହିତ OMCରୁ କିପରି ସୁବିଧାରେ ଷ୍ଟିଲ କମ୍ପାନୀ ମାନଙ୍କୁ ଲୁହାପଥର ଯୋଗାଇ ଦିଆଯାଇ ପାରିବ, ସେ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+