ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଲୋକ ପ୍ରିୟ ଜନ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ମନ୍ତ୍ରୀ ଓ ବିଧାୟକ ଭାବେ ସେ ରାଜ୍ୟର ଓ ବାଲେଶ୍ଵର ଅଞ୍ଚଳର ବିକାଶ ପାଇଁ ନିଜର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି ।

ସୂଚନା ଯୋଗ୍ୟ,ତାଙ୍କ ବିୟୋଗ ଯୋଗୁ ରାଜ୍ୟ ଜଣେ ଅମାୟିକ ଜନ ସେବକଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।
ଆଜି ଭୋର ୪ ଟା ବେଳେ ଓଡ଼ିଶା ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ପରଲୋକ ହୋଇଯାଇଛି ବୋଲି ପୁତ୍ର ଅଭିଜିତ ଦାସ ସୂଚନା ଦେଇଛନ୍ତି।। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ଅନନ୍ତ ଗତ କିଛି ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ। ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ତାଙ୍କର ପରଲୋକ ହୋଇଛି।












Click it and Unblock the Notifications