Get Updates
Get notified of breaking news, exclusive insights, and must-see stories!

ସରକାରୀ ବ୍ୟବସ୍ଥାରେ କେମିତି AI ଉପଯୋଗ କରାଯାଇପାରିବ ସେ ନେଇ ଆଲୋଚନା, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ରିଜୋନାଲ AI Impact summit ୨୦୨୫ ଆଜି ଭୁବନେଶ୍ୱର ସ୍ଥିତ ଲୋକସଭା କନଭେନ୍ସନ ହଲରେ ଅନୁଷ୍ଠିତ ହୋଇ ଯାଇଛି । ଆଜି ଏବଂ ଆସନ୍ତା କାଲି ଦୁଇ ଦିନ ଧରି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭରଚୁଆଲି ଯୋଗଦେଇ ଥିଲେ । ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏବଂ ବିଭିନ୍ନ ଶିକ୍ଷାନୁଷ୍ଠାନର ଅଧ୍ୟାପକ ଓ ଛାତ୍ର ଛାତ୍ରୀ ଏହି ସମିଟରେ ଯୋଗ ଦେଇଛନ୍ତି ।

mohan majhi

ଡିଜିଟାଲ ଇଣ୍ଡିଆ କ୍ଷେତ୍ରରେ ଏଆଇର ଭୂମିକା,ଗୁରୁତ୍ୱ ବିଷୟରେ ଆଲୋଚନା କରାଯାଇଥିଲା । ଛାତ୍ରଛାତ୍ରୀ ମାନେ AI ବ୍ୟବହାରକୁ କିଭଳି ସଫଳ ରୂପାୟନ କରିପାରିବେ । ଦୈନଦିନ ଜୀବନରେ AIର ଭୂମିକା ଏବଂ ଆବଶ୍ୟକତା ସମ୍ପର୍କରେ ଆଲୋଚନା କରାଯାଇଛି । ଡିଜିଟାଲ ଇଣ୍ଡିଆ କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ନିରନ୍ତର ପ୍ରୟାସ ଏବଂ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶା ଆଗକୁ ବଢୁଥିବା ନେଇ କହିଛନ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏହି ସମ୍ମିଳନୀ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ କାମ କରୁଥିବା ଅନେକ୍ ପ୍ରତିନିଧି ଓ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ମାନେ ସାମଲ ହୋଇଥିଲେ ।

ତିନି ସୁତ୍ର ପିପୁଲ, ପ୍ଲାନେଟ,ପ୍ରୋଗ୍ରେସ ଓ ୭ ଚକ୍ରକୁ ନେଇ ଆଲୋଚନା ହୋଇଥିଲା AI ସମ୍ମିଳନୀରେ । ଓଡିଶା ଏଆଇ ମିଶନ ପୋର୍ଟାଲ ଆଜି ଲଞ୍ଚ ହୋଇଛି. ଶାସନ ଏବଂ ନାଗରିକ ସେବା ପାଇଁ ଏଆଇ ଆପର ମୂଳ ଉଦେଶ୍ୟ.ଲୋକଙ୍କ ପାଖରେ କିପରି AI କାମ କରିବ। AI କୁ କିପରି ସରକାରୀ ବ୍ୟବସ୍ଥାରେ ଉପଯୋଗ କରାଯାଇପାରିବ ସେ ନେଇ ଆଲୋଚନା ହୋଇଛି । ଶିକ୍ଷା,ସ୍ବାସ୍ଥ୍ୟ,ବିପର୍ଯ୍ୟୟ ପରିଚାଳନା ବିଭାଗ ,ମହିଳା ଓ ଶିଶୁ ବିକାଶ ବିଭାଗ ଓ ସଂସଦୀୟ ବ୍ୟପାର ବିଭାଗରେ AI ଉପଯୋଗ ଉପରେ ଫୋକସ୍ କରାଯାଉଛି।

ସୁଭଦ୍ରା ପୋର୍ଟାଲ ହେଉ ବା କୃଷି ସଵସିଡ଼ିରେ AI ର ବ୍ୟବହାର କରାଯାଉଛି । ଆଗକୁ ୪୧ ବିଭାଗରେ AI ଉପଯୋଗ ହେବ। ଲୋକାଭିମୁଖୀ ଯୋଜନା ର ସଫଳ ରୂପାୟନ ପାଇଁ AI ବ୍ୟବହାର କରାଯିବ। ଓଡିଆ ଭାଷା କୁ AI ରେ ଆଣିବାକୁ ବ୍ୟବସ୍ଥା କରାଯିବ। ଭାଷାଦାନ କାର୍ଯ୍ୟକ୍ରମ କରାଯିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ । ଓଡ଼ିଶା ଏଆଇ ମିଶନ ପାଇଁ ୨୦୨୫-୨୬ ପାଇଁ ମୁଖ୍ୟମନ୍ତ୍ରୀ ବଜେଟ ଘୋଷଣା କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+