ପୁରୀ ଅଘଟଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ; ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ କହିଲେ ସିଏମ୍
ପୁରୀ ଅଘଟଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ । ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ କହିଲେ ସିଏମ୍। ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।
ଏହି ଭଳି ଏକ ଦାରୁଣ ଦୁଃଖକୁ ସହିବା ନିମନ୍ତେ ଶକ୍ତି ଦେବାପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।
ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ କହିଲେ ସିଏମ। ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ।













Click it and Unblock the Notifications