ଯୁବ ସମାବେଶରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମା' ସମଲେଇଙ୍କ ଫଟୋ ଦେଇ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡ଼ାର ଅମଲିପାଲି ଯୁବ ସମାବେଶରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମା' ସମଲେଇଙ୍କ ଫଟୋ ଦେଇ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ।

ଝାରସୁଗୁଡ଼ାର ଅମଲିପାଲି ଯୁବ ସମାବେଶରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପଶାପାଲି ଓ ତାରକସିର ନିର୍ମିତ ସ୍ମୁତି ଚିହ୍ନ ଭେଟି ଦେଲେ ଆଇଆଇଟି ଛାତ୍ରୀ ବର୍ଷା ମୁଣ୍ଡା ଓ କମଳା କୁଜୁର ।

CM felicitates PM Modi with photo of Maa Samlai

ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ରୋଡ ଶୋରେ ଯାଇ ଅମଲିପାଲିରେ ଆୟୋଜିତ ଯୁବ ସମାବେଶରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀମାନେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ ।
ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବା ପରେ ରୋଡ ଶୋରେ ଅମଲିପାଲି ସମାବେଶ ସ୍ଥଳକୁ ଯାଇଥିଲେ । ରାସ୍ତାରେ ଶହ ଶହ ଲୋକେ ପ୍ରଧାନମନ୍ତ୍ରୀଙ୍କୁ ବିପୁଳ ସ୍ୱାଗତ କରିଥିଲେ । ଲୋକଙ୍କ ଉକ୍ରଣ୍ଠା ଦେଇ ମୋଦୀ କାର ଭିତରୁ ବାହାରି ଆସି ହାତ ହଲାଇଥିଲେ ।

ଓଡ଼ିଶା ଆସିବା ନେଇ ମୋଦିଙ୍କ ଟ୍ବିଟ୍ । ଝାରସୁଗୁଡ଼ା ଆସିବା ନେଇ 'X'ରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦେଶକୁ ୬୦ ହଜାର କୋଟିର ଭେଟି ଦେବେ ପ୍ରଧାନମନ୍ତ୍ରୀ । ଝାରସୁଗୁଡ଼ାରୁ ୬୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୋଦି । ଏହି ପ୍ରକଳ୍ପଗୁଡ଼ିକ ଦୂରସଞ୍ଚାର, ରେଳବାଇ, ଉଚ୍ଚଶିକ୍ଷା, ସ୍ୱାସ୍ଥ୍ୟସେବା, ଦକ୍ଷତା ବିକାଶ ଏବଂ ଗ୍ରାମୀଣ ଗୃହ ନିର୍ମାଣ ସମେତ ବିଭିନ୍ନ କ୍ଷେତ୍ର ସହ ଜଡ଼ିତ। ପ୍ରାୟ ୩୭ ହଜାର କୋଟି ବ୍ୟୟରେ ନିର୍ମିତ ୯୭ ହଜାର ୫୦୦ରୁ ଅଧିକ ମୋବାଇଲ୍ 4ଜି ଟାୱାରକୁ ଉଦଘାଟନ କରିବେ। ଏହି ଟାୱାରଗୁଡ଼ିକ ସୌରଶକ୍ତି ଦ୍ୱାରା ପରିଚାଳିତ। ଏହି ଟାୱାର ପ୍ରାୟ ୨୬,୭୦୦ ଅପହଞ୍ଚ ଗ୍ରାମକୁ ସଂଯୋଗ କରିବ। ଏଥିସହିତ ୨୦ ଲକ୍ଷରୁ ଅଧିକ ନୂତନ ଗ୍ରାହକଙ୍କୁ ସେବା ଯୋଗାଇବ । ପ୍ରଧାନମନ୍ତ୍ରୀ ୮ଟି ଆଇଆଇଟିର ସମ୍ପ୍ରସାରଣ ପାଇଁ ଶିଳାନ୍ୟାସ କରିବେ। ଯାହା ଆଗାମୀ ଚାରି ବର୍ଷ ମଧ୍ୟରେ ୧୦,୦୦୦ ନୂତନ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ସେବା ପ୍ରଦାନ କରିବ।

ପ୍ରଧାନମନ୍ତ୍ରୀ ଏହି ଅବସରରେ କେତେକ ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିବେ । ବ୍ରହ୍ମପୁର ଏବଂ ଉଧନା (ସୁରଟ) ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସକୁ ମଧ୍ୟ ପତାକା ଦେଖାଇ ଶୁଭାରମ୍ଭ କରିବେ। ଓଡ଼ିଶା ଦକ୍ଷତା ବିକାଶ ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଯାହା ସମ୍ବଲପୁର ଏବଂ ବ୍ରହ୍ମପୁରରେ ବିଶ୍ୱ ଦକ୍ଷତା କେନ୍ଦ୍ର ପ୍ରତିଷ୍ଠା କରିବ । ଏହା ବ୍ୟତୀତ, ୫ଟି ଆଇଟିଆଇକୁ ଉତ୍କର୍ଷ ଆଇଟିଆଇରେ ଉନ୍ନୀତ କରାଯିବ । ୨୫ଟି ଆଇଟିଆଇକୁ ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିତ କରାଯିବ । ବୈଷୟିକ ତାଲିମ ପ୍ରଦାନ ଲାଗି ଏକ ନୂତନ ପ୍ରିସିସନ୍ ଇଞ୍ଜିନିୟରିଂ ଭବନ ପ୍ରତିଷ୍ଠା କରାଯିବ ।

ରାଜ୍ୟରେ ଡିଜିଟାଲ ଶିକ୍ଷାକୁ ବୃଦ୍ଧି କରିବା ପାଇଁ, ପ୍ରଧାନମନ୍ତ୍ରୀ ୧୩୦ ଟି ଉଚ୍ଚଶିକ୍ଷା ପ୍ରତିଷ୍ଠାନରେ ୱାଇ-ଫାଇ ସୁବିଧାର ଲୋକାର୍ପଣ କରିବେ। ଯାହା ଅଢ଼େଇ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀଙ୍କୁ ପାଇଁ ମାଗଣା ଦୈନିକ ଡାଟା ପ୍ରଦାନ କରିବ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ଓଡ଼ିଶାରେ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୋତ୍ସାହନ ମିଳିବ । ସେ ବ୍ରହ୍ମପୁରର ଏମକେସିଜି ମେଡିକାଲ କଲେଜ ଏବଂ ସମ୍ବଲପୁର ଭୀମସାରକୁ ବିଶ୍ୱସ୍ତରୀୟ ସୁପର-ସ୍ପେଶାଲିଟି ହସ୍ପିଟାଲରେ ଉନ୍ନୀତ କରିବା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହା ସହିତ, ପ୍ରଧାନମନ୍ତ୍ରୀ ଅନ୍ତ୍ୟୋଦୟ ଗୃହ ଯୋଜନା ଅଧୀନରେ ୫୦,୦୦୦ ହିତାଧିକାରୀଙ୍କୁ ମଞ୍ଜୁରୀ ଆଦେଶ ବଣ୍ଟନ କରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+