ମାଟ୍ରିକ୍ ଫଳ ପ୍ରକାଶ, ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କର ଉଦ୍ୟମ ପ୍ରଶଂସନୀୟ ।
କଟକ: ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ । କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ୍ ଆନୁଷ୍ଠାନିକ ଭାବରେ ଫଳ ଘୋଷଣା କରିଥିଲେ । ତେବେ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷାରେ ଛାତ୍ରଙ୍କୁ ପଛରେ ପକାଇଛନ୍ତି ଛାତ୍ରୀ । ଛାତ୍ରୀଙ୍କ ପାସ୍ ହାର ୯୨.୩୭ ପ୍ରତିଶତ ରହିଥିବାବେଳେ ଛାତ୍ରଙ୍କ ପାସ୍ ରହିଛି ୮୮.୭୭ ପ୍ରତିଶତ ।

ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କର ଉଦ୍ୟମ ପ୍ରଶଂସନୀୟ । ଆଶାତୀତ ଫଳାଫଳ ପାଇନଥିବା ଛାତ୍ରଛାତ୍ରୀ ମାର୍କ ନିର୍ବିଶେଷରେ ସର୍ବଦା ଆଗକୁ ବଢ଼ିବାର ଇଚ୍ଛା ନେଇ ଆତ୍ମବିଶ୍ୱାସର ସହ କଠୋର ପରିଶ୍ରମ ଜାରି ରଖନ୍ତୁ ବୋଲି ଟ୍ୱିଟ୍ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା। ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କର ଉଦ୍ୟମ ପ୍ରଶଂସନୀୟ। ଆଶାତୀତ ଫଳାଫଳ ପାଇ ନଥିବା ଛାତ୍ରଛାତ୍ରୀ ମାର୍କ ନିର୍ବିଶେଷରେ ସର୍ବଦା ଆଗକୁ ବଢିବାର ଇଚ୍ଛା ନେଇ ଆତ୍ମବିଶ୍ବାସର ସହ କଠୋର ପରିଶ୍ରମ ଜାରି ରଖନ୍ତୁ। pic.twitter.com/jMwMw8N0k1
— Naveen Patnaik (@Naveen_Odisha) July 6, 2022












Click it and Unblock the Notifications